ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଭୁବନେଶ୍ୱର ସ୍ଥିତ ଖଣ୍ଡଗିରି ପାହାଡ଼ ତଳୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକଙ୍କ ପରିଚୟ ମିଳିନାହିଁ। ଯୁବକଙ୍କ ଦେହରେ ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ଥିବାରୁ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ମୃତ ଯୁବକ ଜଣଙ୍କ ସ୍ଫୋର୍ଟ୍ସ ଗେଟ୍ ଅପରେ ଥିଲେ। ଆଜି ସକାଳେ ଯୁବକଙ୍କ ମୃତଦେହ ଖଣ୍ଡଗିରି ପାହାଡ଼ ତଳେ ପଡ଼ିଥିବା କିଛି ଯୁବକ ଦେଖି ପୁଲିସକୁ ଜଣାଇଥିଲେ। ପୁଲିସ ଯୁବକଙ୍କ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।





