Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସିକ୍ରେଟ୍‌ ଚ୍ୟାମ୍ୱରରୁ ମିଳିଲା କ୍ୱିଣ୍ଟାଲରୁ ଅଧିକ ରୁପା

by ସଞ୍ଜୟ ସ୍ୱାଇଁ
October 15, 2024
in Crime, State
ସିକ୍ରେଟ୍‌ ଚ୍ୟାମ୍ୱରରୁ ମିଳିଲା କ୍ୱିଣ୍ଟାଲରୁ ଅଧିକ ରୁପା
182
VIEWS
Share on FacebookShare on Twitter

ସମ୍ବଲପୁର, (ବାଘୁଆବାର୍ତ୍ତା): ଗଞ୍ଜେଇ ଚାଲାଣ ସନ୍ଦେହରେ ଅବକାରୀ ବିଭାଗ କାର୍‌ ଅଟକାଇ ଥିଲା। ହେଲେ ସେହି କାର୍‌ର ସିକ୍ରେଟ୍‌ ଚ୍ୟାମ୍ୱରରୁ ମିଳିଲା କ୍ୱିଣ୍ଟାଲ୍‌ରୁ ଅଧିକ ରୁପା ଅଳଙ୍କାର। ଏପରି ଚିତ୍ର ସମ୍ବଲପୁର-ଝାରସୁଗୁଡା ବିଜୁ ଏକ୍ସପ୍ରେସ୍‌ ୱେ’ରେ ଦେଖିବାକୁ ମିଳିଛି। ଏହି ରୁପା ଅଳଙ୍କାର ମହାରାଷ୍ଟ୍ରରୁ ଝାରଖଣ୍ଡକୁ ଯାଉଥିବା ଜଣାପଡ଼ିଛି। ଗଞ୍ଜେଇ ଚାଲାଣ ସନ୍ଦେହରେ ଅବକାରୀ ବିଭାଗ ସମ୍ବଲପୁର-ଝାରସୁଗୁଡା ବିଜୁ ଏକ୍ସପ୍ରେସ୍‌ ୱେ’ର ମାଝିପାଲି ଟୋଲ୍‌ ଗେଟ୍‌ ନିକଟରେ ଗାଡି ଯାଞ୍ଚ କରୁଥିଲେ। ସେହି ସମୟରେ ମହାରାଷ୍ଟ୍ର ନମ୍ୱର ପ୍ଲେଟ୍‌ ଥିବା ଏକ କାର୍‌କୁ ଅଟକାଇ ଯାଞ୍ଚ କରିଥିଲେ। ଯାଞ୍ଚ ବେଳେ କାର୍‌ ସିଟ୍‌ରେ ସିକ୍ରେଟ୍‌ ଚ୍ୟାମ୍ୱର ହୋଇଥିବା ଦେଖିବାକୁ ମିଳିଥିଲା। ସେହି ଚ୍ୟାମ୍ୱରରେ ଗଞ୍ଜେଇ ଥିବା ଭାବି ଅବକାରୀ ବିଭାଗ ଖୋଲିଥିଲା। ହେଲେ ସେଥିରୁ ରୁପା ଅଳଙ୍କାର ଥିବା ଦେଖିବାକୁ ମିଳିଥିଲା। ସିକ୍ରେଟ୍‌ ଚ୍ୟାମ୍ୱରରେ ରୁପା ଅଳଙ୍କାର ଥିବା ଦେଖି ଅବକାରୀ ବିଭାଗ ଜିଏସ୍‌ଟି ବିଭାଗକୁ ଖବର ଦେଇଥିଲା। ଜିଏସ୍‌ଟି ବିଭାଗ ଘଟଣା ସ୍ଥଳରେ ପହଞ୍ଚି ସିକ୍ରେଟ୍‌ ଚ୍ୟାମ୍ୱରରେ ଥିବା ରୁପା ଅଳଙ୍କାର ଜବତ କରିଥିଲା। ଯେଉଁଥିରେ ରହିଛି କାଳଫୁଲ, ପାଉଁଞ୍ଜି, ଦୀପ, ଗ୍ଲାସ ପ୍ରମୁଖ ରହିଛି। ଜବତ ହୋଇଥିବା ରୁପାର ଓଜନ ୧ କ୍ୱିଣ୍ଟାଲ୍‌ ୬୬ କେଜି ୪୦୦ ଗ୍ରାମ ରହିଛି। ଏହି ଘଟଣାରେ ୩ ଜଣଙ୍କୁ ଅଟକ ରଖିଛି ଜିଏସ୍‌ଟି ବିଭାଗ। ଏହି ଅଳଙ୍କାର ମହାରାଷ୍ଟ୍ରରୁ ଝାରଖଣ୍ଡ ଯାଉଥିଲା। ଜିଏସ୍‌ଟି ବିଭାଗର ସୂଚନା ଅନୁସାରେ ଅଟକ ଥିବା ବ୍ୟକ୍ତିମାନେ କିଛି ଡକ୍ୟୁମେଣ୍ଟ ଦେଇଛନ୍ତି। ସେହି ଡକ୍ୟୁମେଣ୍ଟ ଯାଞ୍ଚ ଚାଲିଛି। ତେବେ ସିକ୍ରେଟ୍‌ ଚ୍ୟାମ୍ୱରରେ କ’ଣ ପାଇଁ ଅଳଙ୍କାର ଚାଲାଣ ହେଉଥିଲା, ତାହା ଉପରେ ତଦନ୍ତ ଚାଲିଛି ବୋଲି ଜିଏସ୍‌ଟି ବିଭାଗ ପକ୍ଷରୁ କୁହାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!