Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସିବିଏସଇ ପକ୍ଷରୁ ବିଜ୍ଞପ୍ତି, ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ୭୫ ପ୍ରତିଶତ ଉପସ୍ଥାନ ବାଧ୍ୟତାମୂଳକ

by ସଞ୍ଜୟ ସ୍ୱାଇଁ
October 15, 2024
in Education, NATIONAL NEWS
ସିବିଏସଇ ପକ୍ଷରୁ ବିଜ୍ଞପ୍ତି, ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ୭୫ ପ୍ରତିଶତ ଉପସ୍ଥାନ ବାଧ୍ୟତାମୂଳକ
65
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ସିବିଏସଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ୭୫ ପ୍ରତିଶତ ଉପସ୍ଥାନ ବାଧ୍ୟତାମୂଳକ। ୨୦୨୫ ବୋର୍ଡ ପରୀକ୍ଷା ଦେଉଥିବା ଛାତ୍ରଛାତ୍ରୀଙ୍କ ପାଇଁ ଏହି ନିୟମ ଲାଗୁ ହେବ । କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ- ସିବିଏସଇ ଏନେଇ ବିଜ୍ଞପ୍ତି ଜାରି କରିଛି । ବୋର୍ଡ ଗାଇଡଲାଇନ ଅନୁସାରେ, ଛାତ୍ରଛାତ୍ରୀ ବିଦ୍ୟାଳୟରେ ୭୫ ପ୍ରତିଶତ ଉପସ୍ଥାନ ଥିଲେ ହିଁ ପରୀକ୍ଷା ପାଇଁ ଯୋଗ୍ୟ ହେବେ। ସମସ୍ତ ସିବିଏସଇ ଅନୁବନ୍ଧିତ ସ୍କୁଲ ପ୍ରିନ୍ସିପାଲମାନଙ୍କୁ ଏନେଇ ନିର୍ଦ୍ଦେଶନାମା ଜାରି କରାଯାଇଛି। କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ବା ସିବିଏସଇ ଏହାର ସଦ୍ୟ ପ୍ରକାଶିତ ବିଜ୍ଞପ୍ତି ମାଧ୍ୟମରେ ବିଦ୍ୟାଳୟଗୁଡ଼ିକୁ ଛାତ୍ରୀଛାତ୍ରଙ୍କ ଉପସ୍ଥାନ ଉପରେ ଧ୍ୟାନ ଦେବାକୁ କହିଛନ୍ତି । ଫେବ୍ରୁଆରି ୧୫ରୁ ସିବିଏସ୍‌ଇ ବୋର୍ଡ ପରୀକ୍ଷା ଆରମ୍ଭ ହେବାକୁ ଯାଉଥିବା ବେଳେ ଯେଉଁମାନେ ଉପସ୍ଥାନ ତଥା ଅନ୍ୟାନ୍ୟ ଦୃଷ୍ଟିରୁ ଯୋଗ୍ୟ ବିବେଚିତ ହେବେ କେବଳ ସେହିମାନଙ୍କ ପାଖକୁ ଆଡମିଟ୍‌ କାର୍ଡ ପଠାଯିବ । ଏନେଇ ଜାନୁୟାରୀ ୭ ପୂର୍ବରୁ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ । ଯଦି କୌଣସି ପିଲାଙ୍କର ଉପସ୍ଥାନ କମ୍‌ ହୋଇଥାଏ, ତେବେ ସେମାନେ ଏହାର ଉପଯୁକ୍ତ କାରଣ ଦସ୍ତାବିଜ ସହ ଜାନୁୟାରି ୂ ୭ ପୂର୍ବରୁ କର୍ତ୍ତୃପକ୍ଷଙ୍କୁ ଜଣାଇବେ। ଏହି ସମୟସୀମା ପରେ କୌଣସି ଆବେଦନକୁ ବିଚାରକୁ ନିଆଯିବ ନାହିଁ। ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପାଇଁ ଉଭୟ ଥିଓରୀ ଏବଂ ପ୍ରାକ୍ଟିକାଲ ପରୀକ୍ଷାରେ ପାସ୍‌ କରିବାକୁ ହେବ। ଉଭୟ ଦଶମ ଓ ଦ୍ୱାଦଶ ଶ୍ରେଣୀରେ ଏହି ନିର୍ଦ୍ଦେଶନାମାର ଦୃଢ କାର୍ଯ୍ୟକାରିତା ଉପରେ ଗୁରୁତ୍ୱ ଦେବାକୁ କୁହଯାଇଛି । ଏଥି ସହିତ ଅଭିଭାବକମାନଙ୍କୁ ଏନେଇ ଅବଗତ କରିବା ନେଇ ମଧ୍ୟ ବିଜ୍ଞପ୍ତିରେ ଉଲ୍ଲେଖ ରହିଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!