Friday, September 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗୋଟିଏ ପଟେ ଏସ୍‌ସିଓ ବୈଠକ, ଅନ୍ୟପଟେ ବିସ୍ଫୋରଣ

by ସଞ୍ଜୟ ସ୍ୱାଇଁ
October 16, 2024
in NATIONAL NEWS
ଗୋଟିଏ ପଟେ ଏସ୍‌ସିଓ ବୈଠକ, ଅନ୍ୟପଟେ ବିସ୍ଫୋରଣ
121
VIEWS
Share on FacebookShare on Twitter

ଦିଲ୍ଲୀ, (ବାଘୁଆବାର୍ତ୍ତା): ପାକିସ୍ତାନ ସଂଘାଇ କର୍ପୋରେସନ ଅର୍ଗାନାଇଜେସନ(ଏସ୍‌ସିଓ)ର ଆୟୋଜନକ କରୁଛି। ଇସଲାମାବାଦରେ ବୈଠକ ଚାଲିଥିବା ବେଳେ ଏଥିରେ ଭାରତର ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ମଧ୍ୟ ଯୋଗ ଦେଇଛନ୍ତି। ସେ ପାକିସ୍ତାନରେ ବସି ଆତଙ୍କବାଦ ବିରୋଧରେ ମତ ରଖିଛନ୍ତି। ହେଲେ ପାକିସ୍ତାନ ଗୋଟିଏ ପଟେ ଏସ୍‌ସିଓ ବୈଠକ କରୁଥିବା ବେଳେ ଅନ୍ୟପଟେ ଆତଙ୍କବାଦୀମାନେ କରିଛନ୍ତି ବିସ୍ଫୋରଣ। ପାକିସ୍ତରନର ଖାୟବର ପାଖତୁନଖ୍ୱାରେ ଆତଙ୍କବାଦୀମାନେ କରିଥିବା ବିସ୍ଫୋରଣରେ ୫ ଜଣ ପୁଲିସ୍ କର୍ମଚାରୀ ଆହତ ହୋଇଛନ୍ତି। ଆତଙ୍କବାଦୀମାନେ ରିମୋଟ ଦ୍ୱାରା ପୁଲିସ୍ ଗାଡ଼ି ନିକଟରେ ବିସ୍ଫୋରଣ କରିବାକୁ ଏପରି ଘଟଣା ଘଟିଥିବା ସ୍ଥାନୀୟ ପ୍ରଶାସନ ସୂଚନା ଦେଇଛି। ବିସ୍ଫୋରଣରେ ଆହତ ପୁଲିସ୍ କର୍ମଚାରୀଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି। ସ୍ଥାନୀୟ ପ୍ରଶାସନ କହିଛି ଯେ ବିସ୍ଫୋରଣଟି ବୁନେର ଜିଲ୍ଲାର ପାହାଡ଼ିଆ ଅଞ୍ଚଳ ଭାବେ ପରିଚିତ କାନକୋଇ ମନ୍ଧନାରରେ ଘଟିଛି। ଏଠାରେ ପ୍ୟାଟ୍ରୋଲିଂ କରୁଥିବା ପୁଲିସ ଗାଡ଼ିକୁ ଟାର୍ଗେଟ କରି ଆତଙ୍କବାଦୀମାନେ ବିସ୍ଫୋରଣ କରିଛନ୍ତି। ଆହତ ୫ ଜଣଙ୍କ ମଧ୍ୟରେ ଜଣେ ସବ ଇନସପେକ୍ଟର ରହିଛନ୍ତି। ଘଟଣା ପରେ ଅତିରିକ୍ତ ପୁଲିସ୍ ଫୋର୍ସ ଘଟଣାସ୍ଥଳରେ ପହଞ୍ଚିଥିଲେ। ସେମାନେ ପୂରା ଅଞ୍ଚଳକୁ କର୍ଡନ କରିବା ସହ ସର୍ଚ୍ଚ ଅପରେସନ ଆରମ୍ଭ କରିଛନ୍ତି। ପାକିସ୍ତାନ ଏବେ ଇସଲାମାବାଦରେ ଏସ୍‌ସିଓ ଶିଖର ସମ୍ମିଳନୀର ହୋଷ୍ଟିଂ କରୁଛି। ଏଥିରେ ବିଦେଶ ରାଷ୍ଟ୍ରର ସଦସ୍ୟମାନେ ଯୋଗ ଦେଇଛନ୍ତି। ସେମାନଙ୍କ ଉପସ୍ଥିତିରେ ଏପରି ବିସ୍ଫୋରଣ ପାକିସ୍ତାନର ସୁରକ୍ଷା ବ୍ୟବସ୍ଥା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!