Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚୋରି ମାମଲାରେ ଟୁଙ୍ଗୁରୁ ଭୋଳ ଗିରଫ

by ସଞ୍ଜୟ ସ୍ୱାଇଁ
October 16, 2024
in Crime, State
ଚୋରି ମାମଲାରେ  ଟୁଙ୍ଗୁରୁ ଭୋଳ ଗିରଫ
295
VIEWS
Share on FacebookShare on Twitter

ଭୁବନେଶ୍ଵର, (ବାଘୁଆବାର୍ତ୍ତା): ଏକ ଚୋରି ମାମଲାରେ ଭରତପୁର ଥାନା ପୋଲିସ ଆଲୋକ ଭୋଳ ଓରଫ ଟୁଙ୍ଗୁରୁଙ୍କୁ ଗିରଫ କରିଛି। ତା ନିକଟରୁ ପୋଲିସ ଗୋଟିଏ ଓ୍ଵେଲଡିଂ ମେସିନ, ଗୋଟିଏ କଟର ଏବଂ କପର କେବୁଲ ଜବତ କରିଛି। ଭରତପୁର ଥାନା ପୁଲିସ ଅଭିଯୋଗକାରୀ ମଣ୍ଟୁ ପ୍ରଧାନଙ୍କ ଅଭିଯୋଗ କ୍ରମେ ମାମଲାର ତଦନ୍ତ କରିବା ସହିତ ଅଭିଯୁକ୍ତ ଟୁଙ୍ଗୁରୁଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି । ସୂଚନା ଅନୁଯାୟୀ, ଅଭିଯୋଗକାରୀଙ୍କର ଭରତପୁର ଥାନା ଅନ୍ତର୍ଗତ ଶ୍ରୀକ୍ଷେତ୍ର ବିହାରରେ ଗୋଟିଏ ୱେଲ୍ଡିଂ ଗ୍ୟାରେଜ ଅଛି। ଗତ ଏପ୍ରିଲ ୪ ତାରିଖ ମଧ୍ୟାହ୍ଣରେ ଅଭିଯୋଗକାରୀଙ୍କର ଅନୁପସ୍ଥିତିର ସୁଯୋଗ ନେଇ ଅଭିଯୁକ୍ତ ଟୁଙ୍ଗୁରୁ ଉକ୍ତ ଗ୍ୟାରେଜରୁ ୱେଲ୍ଡିଂ ମେସିନ, ହ୍ୟାଣ୍ଡ କଟର, ଓ ତମ୍ବା କେବୁଲ ତାର ଚୋରି କରି ନେଇଯାଇଥିଲେ। ଘଟଣାସ୍ଥଳରେ ଲାଗିଥିବା ସିସିଟିଭି ଫୁଟେଜରୁ ଚୋରି ବିଷୟରେ ଜାଣିବା ପରେ ଅଭିଯୋଗକାରୀ ଏନେଇ ଭରତପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଅଭିଯୋଗ ଆଧାରରେ ପୁଲିସ ମାମଲାର ତଦନ୍ତ କରିବା ସହିତ ଆଜି ବିଶେଷ ସୂତ୍ରରୁ ଖବର ପାଇ ଅଭିଯୁକ୍ତ ଟୁଙ୍ଗୁରୁକୁ ଆଇଗିଣିଆ ନିକଟରୁ ଚୋରୀ ସାମଗ୍ରୀ ସହ କାବୁ କରି ଥାନାକୁ ଆଣିଥିଲେ । ପଚରା ଉଚରା ବେଳେ ଅଭିଯୁକ୍ତ ଟୁଙ୍ଗୁରୁ ନିଜର ଅପରାଧ ସ୍ଵୀକାର କରିଥିଲେ। ତଦନ୍ତ ସମୟରେ ଏହା ଜଣାପଡିଛି ଯେ, ଅଭିଯୁକ୍ତ ଜଣେ ଅଭ୍ୟାସଗତ ଅପରାଧୀ ଓ ତାଙ୍କ ନାମରେ ଭରତପୁର, ଚନ୍ଦକା ଓ ଘଟଗାଁ ଥାନାରେ ୪ ଟି ମାମଲା ରହିଛି । ବର୍ତ୍ତମାନ ଏହି ମାମଲାର ଅଧିକ ତଦନ୍ତ ଚାଲୁ ରହିଛି । ସୂଚନାଯୋଗ୍ୟ, ବର୍ଷା ନାମକ ଜଣେ ବିବାହିତ ମହିଳାଙ୍କ ସହ ପ୍ରେମ ସଂପର୍କକୁ ନେଇ ଚର୍ଚ୍ଚାରେ ଥିଲା ଟୁଙ୍ଗୁରୁ ଭୋଳ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!