Friday, September 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ହେବେ ଜଷ୍ଟିସ ସଞ୍ଜୀବ ଖାନ୍ନା

by ସଞ୍ଜୟ ସ୍ୱାଇଁ
October 17, 2024
in NATIONAL NEWS
ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ହେବେ ଜଷ୍ଟିସ ସଞ୍ଜୀବ ଖାନ୍ନା
97
VIEWS
Share on FacebookShare on Twitter

ଦିଲ୍ଲୀ, (ବାଘୁଆବାର୍ତ୍ତା): ଜଷ୍ଟିସ ସଞ୍ଜୀବ ଖାନ୍ନା ହେବେ ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି। ବର୍ତ୍ତମାନର ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡଙ୍କ ଅବସର ପରେ ସେ ସର୍ବୋଚ୍ଚ ନ୍ୟାୟାଳୟର ୫୧ତମ ପ୍ରଧାନ ବିଚାରପତି ଭାବେ ଦାୟିତ୍ୱ ନେବେ। ଏନେଇ କେନ୍ଦ୍ର ସରକାରଙ୍କୁ ଚିଠି ଲେଖି ସୁପାରିସ କରିଛନ୍ତି ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼। ଆସନ୍ତା ନଭେମ୍ବର ୧୦ରେ ଜଷ୍ଟିସ ଡି.ୱାଇ. ଚନ୍ଦ୍ରଚୂଡ଼ ଅବସର ନେବେ। ଏହାପରେ ଜଷ୍ଟିସ ସଞ୍ଜୀବ ଖାନ୍ନା ନଭେମ୍ବର ୧୧ରେ ପ୍ରଧାନ ବିଚାରପତି ଭାବେ ଦାୟିତ୍ୱ ନେବେ। ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ତାଙ୍କ କାର‌୍ୟ୍ୟକାଳ ଛଅ ମାସ ରହିବ। ଅର୍ଥାତ୍ ଜଷ୍ଟିସ ଖାନ୍ନାଙ୍କ କାର‌୍ୟ୍ୟକାଳ ଆସନ୍ତା ବର୍ଷ ମେ ୧୩ରେ ଶେଷ ହେବ। ୧୯୮୩ରେ ଦିଲ୍ଲୀ ବାର୍ କାଉନସିଲରେ ପଞ୍ଜୀକରଣ ସହ ଆଇନଜୀବୀ ଭାବେ କାର‌୍ୟ୍ୟ ଆରମ୍ଭ କରିଥିଲେ ଜଷ୍ଟିସ ଖାନ୍ନା। ପ୍ରଥମେ ସେ ହଜାରି କମ୍ପ୍ଲେକ୍ସ ଜିଲ୍ଲାକୋର୍ଟରେ ଓକିଲ ଭାବେ ଅଭ୍ୟାସ କରିଥିଲେ। ଏହାପରେ ବିଭିନ୍ନ ହାଇକୋର୍ଟରେ ଓକିଲାତି କରିବା ସହ ସହକାରୀ ସରକାରୀ ଓକିଲ ଭାବେ ଦିଲ୍ଲୀ ହାଇକୋର୍ଟରେ କାର‌୍ୟ୍ୟ କରିଥିଲେ। ପରେ ଆମିକସ କ୍ୟୁରି ଭାବେ ନିଯୁକ୍ତି ପାଇଥିଲେ। ୨୦୦୫ରେ ଦିଲ୍ଲୀ ହାଇକୋର୍ଟର ଆଡିସନାଲ ଜଜ୍ ହୋଇଥିଲେ ଜଷ୍ଟିସ୍ ସଞ୍ଜୀବ ଖାନ୍ନା। ୨୦୦୬ରେ ତାଙ୍କୁ ସ୍ଥାୟୀ ବିଚାରପତି ଭାବେ ନିଯୁକ୍ତି ମିଳିଥିଲା। ଏହାପରେ ୨୦୧୯ରୁ ସୁପ୍ରିମକୋର୍ଟର ବିଚାରପତି ଭାବେ ନିଯୁକ୍ତ ହୋଇଥିଲେ। ସେବେଠାରୁ ସେ ସୁପ୍ରିମକୋର୍ଟ ବିଚାରପତି ଭାବେ କାର‌୍ୟ୍ୟ କରିଆସୁଛନ୍ତି। ଆଗାକୁ ସେ ଦେଶର ସର୍ବୋଚ୍ଚ ଅଦାଲତର ପ୍ରଧାନ ବିଚାରପତି ହେବାକୁ ଯାଉଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!