Friday, September 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନାଏବ ସିଂହ ସୈନି ହରିୟାଣା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ

by ସଞ୍ଜୟ ସ୍ୱାଇଁ
October 17, 2024
in NATIONAL NEWS
ନାଏବ ସିଂହ ସୈନି ହରିୟାଣା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ
69
VIEWS
Share on FacebookShare on Twitter

ହରିୟାଣା, (ବାଘୁଆବାର୍ତ୍ତା): ହରିୟାଣା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନାଏବ ସିଂହ ସୈନି। କ୍ରମାଗତ ଦ୍ୱିତୀୟ ଥର ପାଇଁ ସେ ରାଜ୍ୟ ମୁଖିଆ ଭାବେ ଶପଥ ନେଇଛନ୍ତି। ଏଥିସହ ବିଜେପି ଲଗାତାର ତୃତୀୟ ଥର ପାଇଁ ରାଜ୍ୟରେ ସରକାର ଗଠନ କରିଛି। ହରିୟାଣା ରାଜ୍ୟପାଳ ବନ୍ଦରୁ ଦତ୍ତାତ୍ରେୟ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ତାଙ୍କ ସହ କ୍ୟାବିନେଟ ମନ୍ତ୍ରୀ ଭାବେ ଅନିଲ ବିଜ୍ ମଧ୍ୟ ଶପଥ ନେଇଛନ୍ତି। ପଞ୍ଚକୁଳାସ୍ଥିତ ସେକ୍ଟର ୫ ପରେଡ୍ ଗ୍ରାଉଣ୍ଡରେ ଶପଥ ଉତ୍ସବର ଭବ୍ୟ ଆୟୋଜନ ହୋଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ମଧ୍ୟ ଉପସ୍ଥିତ ଥିଲେ। ଏଥିସହ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଏବଂ ଏନଡିଏ ମେଣ୍ଟର ସଦସ୍ୟ ଦଳ ମୁଖିଆମାନେ ମଧ୍ୟ ଯୋଗ ଦେଇଛନ୍ତି। ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ମଧ୍ୟ ସୈନିଙ୍କ ଶପଥ ଉତ୍ସବରେ ଯୋଗ ଦେଇଛନ୍ତି। ଅକ୍ଟୋବର ୫ରେ ହରିୟାଣା ନିର୍ବାଚନ ପରେ ୮ରେ ଭୋଟ୍ ଗଣତି ହୋଇଥିଲା। ସମସ୍ତ ଏଗଜିଟ୍ ପୋଲର ଆକଳନକୁ ଭୁଲ୍ ପ୍ରମାଣିତ କରି ବିଜେପି ଲଗାତାର ତୃତୀୟ ଥର ପାଇଁ ଐତିହାସିକ ବିଜୟ ହାସଲ କରିଥିଲା। ରାଜ୍ୟର ମୋଟ ୯୦ ଆସନରୁ ବିଜେପିକୁ ୪୮ଟି ଆସନ ମିଳି ଥିବାବେଳେ କଂଗ୍ରେସ ମାତ୍ର ୧୧ରେ ସୀମିତ ରହିଥିଲା। ଫଳରେ ବହୁମତ ସହ ଦଳ ଲଗାତାର ତୃତୀୟ ଥର ପାଇଁ ରାଜ୍ୟରେ ସରକାର ଗଠନ କରିବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ସୈନି କୁରୁକ୍ଷେତ୍ର ଜିଲ୍ଲାର ଲଦୱା ଆସନରୁ ବିଜୟୀ ହୋଇଛନ୍ତି। ସେପଟେ, ଆଜି ମୁଖ୍ୟମନ୍ତ୍ରୀଙ୍କ ଶପଥ ଉତ୍ସବ ପରେ NDAର ସଦସ୍ୟ ଦଳକୁ ନେଇ ଜରୁରୀ ବୈଠକ କରିବ ବିଜେପି। ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ହରିୟାଣାରେ ହିଁ ଏହି ବୈଠକ ବସିବ। ଏଥିରେ ଦଳର ବରିଷ୍ଠ ନେତା, ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଏବଂ NDA ସଦସ୍ୟ ଦଳର ମୁଖିଆମାନେ ସାମିଲ ରହିବେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!