Friday, September 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅନୁମତି ନଥାଇ ଗର୍ଭଗୃହରେ ପଶିଲେ, ନିୟମ ଭାଙ୍ଗିଲେ ମୁଖ୍ୟମନ୍ତ୍ରୀଙ୍କ ପୁଅ

by ସଞ୍ଜୟ ସ୍ୱାଇଁ
October 18, 2024
in NATIONAL NEWS
ଅନୁମତି ନଥାଇ ଗର୍ଭଗୃହରେ ପଶିଲେ, ନିୟମ ଭାଙ୍ଗିଲେ ମୁଖ୍ୟମନ୍ତ୍ରୀଙ୍କ ପୁଅ
129
VIEWS
Share on FacebookShare on Twitter

ମହାରାଷ୍ଟ୍ର, (ବାଘୁଆବାର୍ତ୍ତା): ନିୟମ ଭାଙ୍ଗିଲେ ମୁଖ୍ୟମନ୍ତ୍ରୀଙ୍କ ପୁଅ। ଅନୁମତି ନଥାଇ ଗର୍ଭଗୃହରେ ପଶିଲେ। ଏଭଳି କିଛି ଅଭିଯୋଗ ଆସିଛି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ସାଂସଦ ପୁଅଙ୍କ ବିରୋଧରେ। ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ପୁଅ ଶ୍ରୀକାନ୍ତ ସିନ୍ଦେ ମଧ୍ୟପ୍ରଦେଶର ଉଜ୍ଜୟିନୀରେ ଥିବା ମହାକଳ ମନ୍ଦିରର ନିୟମ ଭାଙ୍ଗିଥିବା ଅଭିଯୋଗ ହୋଇଛି। ନିଷେଧାଦେଶ ସତ୍ତ୍ୱେ ଶ୍ରୀକାନ୍ତ ସିନ୍ଦେ ତାଙ୍କ ପତ୍ନୀ ଏବଂ ଦୁଇ ସାଥୀଙ୍କ ସହ ଗର୍ଭଗୃହ ଭିତରକୁ ପଶି ପୂଜା କରିଥିବା କୁହାଯାଉଛି। ସୂଚନା ଅନୁସାରେ ମହାକାଳଙ୍କ ଦର୍ଶନ ପାଇଁ ଆସିଥିବା ଶ୍ରୀକାନ୍ତ ସିନ୍ଦେ ଓ ତାଙ୍କ ପତ୍ନୀ ଓ ଦୁଇ ସାଥୀ ମନ୍ଦିରର ଗର୍ଭଗୃହରେ ପଶି ପୂଜା କରୁଥିବାର ଫଟୋ ଆଉ ଭିଡିଓ ମଧ୍ୟ ସାମ୍ନାକୁ ଆସିଛି। ଏମାନେ ସମସ୍ତେ ବୁଧବାର ସନ୍ଧ୍ୟା ୫ଟା ୩୮ ମିନିଟ୍‌ରେ ଗର୍ଭଗୃହରେ ପ୍ରବେଶ କରୁଥିବା ଭିଡିଓରେ ଦେଖିବାକୁ ମିଳିଛି। ମହାକାଳଙ୍କ ଶୃଙ୍ଗାର ବେଳେ ଏହି ଚାରି ଜଣ ଶିବଲିଙ୍ଗ ନିକଟରେ ବସି ପୂଜା କରିଛନ୍ତି। ଏହି ଭିଡିଓ ସୋସିଆଲ ମିଡିଆରେ ମଧ୍ୟ ଭାଇରାଲ ହେଉଛି। ଏହାକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି। ଅନୁମତି ନଥାଇ ସେ କିଭଳି ଗର୍ଭଗୃହକୁ ପ୍ରବେଶ କଲେ ତାକୁ ନେଇ ପ୍ରଶ୍ନ ଉଠିଛି। ଏହି ପ୍ରସଙ୍ଗକୁ ଉତ୍ତେଜନା ବଢ଼ିବା ପରେ, ପ୍ରଶାସନ କହିଛି ଯେ ସେମାନେ ଏହି ମାମଲାରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ। ଯଦି କେହି ଦୋଷୀ ସାବ୍ୟସ୍ତ ହୁଅନ୍ତି, ତେବେ ତାଙ୍କୁ ରକ୍ଷା କରାଯିବ ନାହିଁ। ନିୟମ ଅନୁଯାୟୀ, ଗତ ଏକ ବର୍ଷ ଧରି ମହାକଳ ମନ୍ଦିରର ଗର୍ଭଗୃହକୁ ସମସ୍ତ ଭକ୍ତଙ୍କ ପ୍ରବେଶ ଉପରେ ପ୍ରତିବନ୍ଧକ ଲଗାଯାଇଛି। କେବଳ ପୁରୋହିତମାନଙ୍କୁ ଏଠାରେ ପ୍ରବେଶ କରିବାକୁ ଅନୁମତି ରହିଛି। ଭକ୍ତ ଏବଂ ଶ୍ରଦ୍ଧାଳୁ ପାଇଁ ନିୟମ ଅଛି ଯେ ସେମାନେ ମହାକଳେଶ୍ୱର ଶିବଲିଙ୍ଗ ଠାରୁ ୫୦ ଫୁଟ ଦୂରରୁ ଦର୍ଶନ ପାଇପାରିବେ। ଏଭଳି ଜଣେ ଭିଆଇପି ମନ୍ଦିରର ନିୟମ ଭାଙ୍ଗିବା ୪ ମାସ ମଧ୍ୟରେ ଚତୁର୍ଥ ଘଟଣା ବୋଲି କୁହାଯାଉଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!