Thursday, September 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଟକ ନଗର ହେବ ସୁନ୍ଦର

by ସଞ୍ଜୟ ସ୍ୱାଇଁ
January 13, 2021
in Breaking, State
କଟକ ନଗର ହେବ ସୁନ୍ଦର
237
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): କଟକର ଖାନନଗର ଠାରେ ନିର୍ମିତ ହେବ ଅତ୍ୟାଧୁନିକ ବସ୍‌ ଟର୍ମିନାଲ। ଏଥିରେ ଖର୍ଚ୍ଚ ହେବ ୬୫ କୋଟି ଟଙ୍କା। ମହାନ୍‌ ସଂଗ୍ରାମୀ ନେତାଜୀ ସୁଭାଷ ବୋଷଙ୍କ ନାମରେ ଏହି ଅତ୍ୟାଧୁନିକ ବସ୍‌ ଟର୍ମିନାଲକୁ ନାମିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବୈଠକରେ ଘୋଷଣା କରିଥିଲେ। ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମ ଅଧୀନରେ ଏହା କାର୍ଯ୍ୟକାରୀ କରାଯିବ। ସୂଚନାଯୋଗ୍ୟ ଯେ ଆଗାମୀ ଜାନୁଆରୀ ୨୩ ତାରିଖ ଦିନ ନେତାଜୀଙ୍କ ଜୟନ୍ତୀ ପାଳନ କରାଯିବ ଏବଂ ଚଳିତ ବର୍ଷ ସମଗ୍ର ଦେଶ ନେତାଜୀଙ୍କର ୧୨୫ତମ ଜୟନ୍ତୀ ପାଳନ କରିବାକୁ ଯାଉଛି। ଆମ ସ୍ବାଧୀନତା ସଂଗ୍ରାମର ଅନ୍ୟତମ ସେନାପତି ଓ ମହାନ୍‌ ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷ କଟକ ଓଡିଆ ବଜାରରେ ଜନ୍ମଗ୍ରହଣ କରିଥିଲେ ଏବଂ କଟକରେ ବାଲ୍ୟ ଶିକ୍ଷା ଲାଭ କରିଥିଲେ। ବାଦାମବାଡି ବସ୍‌ଷ୍ଟାଣ୍ଡ ଜନଗହଳି ବୃଦ୍ଧି ସହିତ ସ୍ଥାନାଭାବ ଦୃଷ୍ଟିରୁ ଜନସାଧାରଣ ଓ ଯାତ୍ରୀ ଅସୁବିଧାର ସମ୍ମୁଖୀନ ହେଉଥିବାରୁ ଏହି ଅତ୍ୟାଧୁନିକ ବସ୍‌ ଟର୍ମିନାଲକୁ ଖାନନଗରରେ ପ୍ରତିଷ୍ଠା କରିବାପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ଅତ୍ୟାଧୁନିକ ବସ୍‌ ଟର୍ମିନାଲରେ ନେତାଜୀଙ୍କ ଜୀବନ ଓ ସଂଗ୍ରାମ ବିଷୟରେ ଜନସାଧାରଣଙ୍କୁ ଅବଗତ କରାଇବା ପାଇଁ ଏକ ସ୍ବତନ୍ତ୍ର କିସ୍କୋ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏହି ବସ୍‌ ଟର୍ମିନାଲରେ ଯାତ୍ରୀମାନଙ୍କର ସୁବିଧା ପାଇଁ ସମସ୍ତ ପ୍ରକାର ଅତ୍ୟାଧୁନିକ ବ୍ୟବସ୍ଥା ରହିବ।

ଏଥିରେ ଏକ ବୃହତ ଟର୍ମିନାଲ ବିଲ୍‌ଡିଂ, ସାଧାରଣ ଯାତ୍ରୀବାହୀ ବସ୍‌ ପାଇଁ ସ୍ଥାନ ସ୍ଥାନୀୟ ଓ ମୋ ବସ୍‌ ସେବା ପାଇଁ ସ୍ଥାନ, ଯାନ ମରାମତି ଓ ରକ୍ଷଣାବେକ୍ଷଣ ବ୍ଲକ୍‌, ଚାରି ଚକିଆ ଯାନ ଓ ଅଟୋ ପାଇଁ ସ୍ବତନ୍ତ୍ର ପାର୍କିଂ ବ୍ୟବସ୍ଥା କରାଯିବ। ୧ ଲକ୍ଷ ୧୮ ହଜାର ବର୍ଗ ଫୁଟରେ ଏଥିପାଇଁ ୩ ମହଲା ବିଶିଷ୍ଟ ଟର୍ମିନାଲ ବିଲ୍‌ଡିଂ ନିର୍ମାଣ କରାଯାଇ ଏଥିରେ ଯାତ୍ରୀ ବିଶ୍ରାମସ୍ଥଳ, ଫୁଡ କୋର୍ଟ,  ଟିକେଟ ଗୃହ, ଇ-ଯାନ ଚାର୍ଜିଂ ପଏଣ୍ଟ, ଛାତ ଉପରେ ବର୍ଷା ଜଳ ସଂରକ୍ଷଣ ଏବଂ ସୌର ପ୍ୟାନେଲ ମଧ୍ୟ ରଖାଯିବ। ଏହି ଟର୍ମିନାଲରେ ଏକ ସମୟରେ ୧୮୦ଟି ବସ୍‌ ପାର୍କିଂର ବ୍ୟବସ୍ଥା ରହିବ। ଏହି ନିର୍ମାଣ ପାଇଁ କଟରର ରିଂଗ୍‌ ରୋଡକୁ ଆଉ ଦୁଇ କିଲୋମିଟର ସଂପ୍ରସାରଣ କରିବା ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ସଂଚାଳନା କରିଥିଲେ । ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ଗୃହ ବିଭାଗ ଅତିରିକ୍ତ ମୁଖ୍ୟଶାସନ ସଚିବ, ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ, ଅର୍ଥ ବିଭାଗର ପ୍ରମୁଖ ସଚିବ ଏବଂ କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର, କଟକ ଜିଲ୍ଲାପାଳ ପ୍ରମୁଖ ଉପସ୍ଥିତ ଥିଲେ । ପୂର୍ତ୍ତ ସଚିବ ଏହି ପ୍ରକଳ୍ପ ସଂପର୍କରେ ଉପସ୍ଥାପନା ରଖିଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!