Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭରତପୁର ଥାନା ଘଟଣା, କେସ୍ ଡାଏରୀ ଦାଖଲ ପାଇଁ କ୍ରାଇମବ୍ରାଞ୍ଚକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

by ସଞ୍ଜୟ ସ୍ୱାଇଁ
October 21, 2024
in Crime, State
ସବ୍-ଇନିସପେକ୍ଟରଙ୍କୁ ଆକ୍ରମଣ
67
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ଭରତପୁର ଥାନାରେ ସେନା ଅଧିକାରୀଙ୍କୁ ଦୁର୍ବ୍ୟବହାର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ଆଗୁଆ ଜାମିନ୍‌ ଆବେଦନ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିବା ୪ ଥାନା କର୍ମଚାରୀ ସବ୍‌-ଇନ୍ସପେକ୍ଟର ବୈଶାଳିନୀ ପଣ୍ଡା, ସାଗରିକା ରଥ, ସଲିଳାମୟୀ ସାହୁ ଏବଂ କନଷ୍ଟେବଳ ବଳରାମ ହାଁସଦା ଆଜି ହାଇକୋର୍ଟରେ ନିରାଶ ହୋଇଥିଲେ । ଏହା ସହ ଆଇଆଇସି ମଧ୍ୟ ଆଗୁଆ ଜାମିନ ପାଇଁ ଆବେଦନ କରିଥିଲେ । ଅପରପକ୍ଷରେ ଏହି ମାମଲାରେ କ୍ରାଇମବ୍ରାଞ୍ଚକୁ କେସ୍‌ ଡାଏରୀ ଦାଖଲ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ମାମଲାର ଶୁଣାଣି ଆସନ୍ତା ସପ୍ତାହକୁ ଧାର୍ଯ୍ୟ ହୋଇଛି । ଏହି ଘଟଣାରେ ରାଜ୍ୟ ସରକାର କ୍ରାଇମ୍‌ବ୍ରାଞ୍ଚ୍‌କୁ ତଦନ୍ତ ନିର୍ଦ୍ଦେଶ ଦେଇଥିଲାବେଳେ ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍‌ ଚିତ୍ତରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ବିଚାର ବିଭାଗୀୟ ତଦନ୍ତ କମିସନ ବସାଇଥିଲେ । କ୍ରାଇମ୍‌ବ୍ରାଞ୍ଚ୍‌ ଭରତପୁର ଥାନାର ତତ୍କାଳନୀ ଆଇଆଇସି ଦୀନକୃଷ୍ଣ ମିଶ୍ର ଏବଂ ଉପରୋକ୍ତ ଚାରି ପୁଲିସ୍‌ କର୍ମଚାରୀଙ୍କ ବିରୋଧରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲେ । ଏହି ଘଟଣାରେ ସମ୍ଭାବ୍ୟ ଗିରଫଦାରୀକୁ ଏଡ଼ାଇବା ଲାଗି ଏହି କର୍ମଚାରୀମାନେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ଆଜି ଅବକାଶକାଳୀନ ଅଦାଲତରେ ପୂର୍ବତନ ଆଇଆଇସିଙ୍କୁ ଛାଡ଼ି ଅନ୍ୟ ଚାରି କର୍ମଚାରୀଙ୍କ ଆଗୁଆ ଜାମିନ୍‌ ମାମଲା ଶୁଣାଣି ପାଇଁ ଉଠିଥିଲା । ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ମାନସ ଚାନ୍ଦ ମାମଲା ପରିଚାଳନା କରୁଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!