Thursday, September 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଳାହାଣ୍ଡି ଗରିବୀର ପରୀକ୍ଷାଗାର ନୁହେଁ, ଆଜି ବିକାଶର ମଡେଲ

by ସଞ୍ଜୟ ସ୍ୱାଇଁ
January 14, 2021
in Feature News
କଳାହାଣ୍ଡି ଗରିବୀର ପରୀକ୍ଷାଗାର ନୁହେଁ, ଆଜି ବିକାଶର ମଡେଲ
305
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବର୍ତ୍ତା): କଳାହାଣ୍ଡି ଗରିବୀର ପରୀକ୍ଷାଗାର ନୁହେଁ, ଆଜି ବିକାଶର ମଡେଲ ହୋଇପାରିଛି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଆଜି ଦିନିକିଆ କଳାହାଣ୍ଡି ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କଳାହାଣ୍ଡିରେ ୨୦୮୫ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିଥିଲେ। ଆଜି ୫୪ଟି ପ୍ରକଳ୍ପର ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିଥିବା ବେଳେ, ୫୨ଟି ପ୍ରକଳ୍ପର ଶିଳାନ୍ୟାସ କରିଥିଲେ। ଏହି ଅବସରରେ ଜୟପାଟଣା ବ୍ଲକ୍‌ର ମଙ୍ଗଳପୁରଠାରେ ଆୟୋଜିତ ସଭାରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟନାୟକ , ବିଜୁ ବାବୁଙ୍କର କଳାହାଣ୍ଡି ସହିତ ସଂପର୍କର ସ୍ମୃତିଚାରଣ କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଜୁ ବାବୁ ୯୦ ଦଶକରେ ମୁଖ୍ୟମନ୍ତ୍ରୀ ଥିବାବେଳେ ତାଙ୍କ ଭବାନୀପାଟଣା ଗସ୍ତ ସମୟରେ କିଛି ପିଲା ତାଙ୍କ ଉପରକୁ ପଥର ମାଡ କରିଥିଲେ। ବିଜୁ ବାବୁ ତାଙ୍କ ବିଶାଳ ହୃଦୟରେ ସେହି ପିଲାମାନଙ୍କୁ କ୍ଷମା କରିଥିଲେ। ପରେ ତାଙ୍କ ପୁଅ ଭାବରେ ମୁଁ ଯେତେବେଳେ ଏ ବିଷୟରେ ତାଙ୍କୁ ପଚାରିଥିଲି, ବିଜୁ ବାବୁ କହିଥିଲେ ‘ କିଛି ବ୍ୟସ୍ତ ହେବା ନାହିଁ . କଳାହାଣ୍ଡିବାସୀ ମୋତେ ବହୁତ ଭଲ ପାଆନ୍ତି । ମୁଁ ମଧ୍ୟ କଳାହାଣ୍ଡିକୁ ବହୁତ ଭଲ ପାଏ । କଳାହାଣ୍ଡି ମାଟିରେ ମୋର ଯେତିରି ବିନ୍ଦୁ ରକ୍ତ ପଡିଛି, କଳାହାଣ୍ଡିର ବିକାଶ ପାଇଁ ମୁଁ ତାର ୧୦ ଗୁଣ ଅଧିକ ପରିଶ୍ରମ କରିବି ।’ ୨୦୦୦ ମସିହାରେ ମୁଖ୍ୟମନ୍ତ୍ରୀ ଭାବରେ ଦାୟିତ୍ବ ଗ୍ରହଣ କରିବା ସମୟର ସ୍ମୃତି ଚାରଣ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ମା’ର ସେବା ପାଇଁ ମୁଁ ଯେତେବେଳେ ସୁଯୋଗ ପାଇଲି, ସେତେବେଳେ ବିଜୁ ବାବୁଙ୍କର ଏହି କଥା ମୋ ମନକୁ ବାରମ୍ବାର ଆସୁଥିଲା ଏବଂ କଳାହାଣ୍ଡିର ବିକାଶ ପାଇଁ ମୋତେ ମାର୍ଗ ଦେଖାଉଥିଲା। ଏ ଭିତରେ କଳାହାଣ୍ଡିର ଛବି ଉଜ୍ଜଳ ହୋଇଛି । ନୂଆ ଓଡିଶା ପାଇଁ ବାଟ ଦେଖାଇଛି। କୃଷି କ୍ଷେତ୍ରରେ କଳାହାଣ୍ଡିର ବିକାଶର ଉଚ୍ଚପ୍ରଶଂସା କରି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ଭୋକର ଭୂଗୋଳ କୁହାଯାଉଥିବା କଳାହାଣ୍ଡି ଏବେ ଭାତହାଣ୍ଡି ହୋଇଛି । କଳାହାଣ୍ଡି ଧାନ ଉତ୍ପାଦନରେ ରାଜ୍ୟରେ ଦ୍ବିତୀୟ ସ୍ଥାନ ଅଧିକାର କରିଥିବା ବେଳେ, ଦେଶର ସାଧାରଣ ବଣ୍ଟନ ବ୍ୟବସ୍ଥାକୁ ମଧ୍ୟ ଚାଉଳ ଯୋଗାଉଛି। ୧୦ଟି ରାଜ୍ୟ କେନ୍ଦ୍ରୀୟ ଭଣ୍ଡାରକୁ ଯେତିକି ଚାଉଳ ଯୋଗାଉଛନ୍ତି, କଳାହାଣ୍ଡି ଏକାକି ସେତିକି ଚାଉଳ ଯୋଗାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏ ସବୁ ସମ୍ଭବ ହୋଇପାରିଛି କଳାହାଣ୍ଡି ର ଚାଷୀ ତଥା ସମସ୍ତ ଜନସାଧାରଣଙ୍କ ଦୃଢ ଇଚ୍ଛା ଶକ୍ତି ଗଭୀର ଆତ୍ମ ବିଶ୍ୱାସ ଓ କଠିନ ପରିଶ୍ରମ ଯୋଗୁଁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ସଂଗ୍ରହ ଋତୁରେ କଳାହାଣ୍ଡିର ଚାଷୀମାନଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ୧୨୦୦ କୋଟି ଟଙ୍କା ଦିଆଯାଇଛି ବୋଲି ଶ୍ରୀ ପଟ୍ଟନାୟକ ସୂଚନା ଦେଇଥିଲେ। ଜଳସେଚନ ସୁବିଧା ୩ ଗୁଣ ବୃଦ୍ଧି ପାଇଛି। ସ୍ବାସ୍ଥ୍ୟ ଓ ପୁଷ୍ଟି କ୍ଷେତ୍ରରେ ଭଲ କାମ ପାଇଁ କଳାହାଣ୍ଡି ସାରା ଦେଶରେ ବିକାଶର ଜିଲ୍ଲା ହୋଇପାରିଛି । ମାଛ ଚାଷ କ୍ଷେତ୍ରରେ ମଧ୍ୟ ଦେଶରେ ଶ୍ରେଷ୍ଠ ଜିଲ୍ଲାର ମର୍ଯ୍ୟାଦା ଲାଭ କରିଛି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୨୦୦୦ ମସିହାରେ କଳାହାଣ୍ଡିରେ ଶିଶୁ ମୃତ୍ୟୁ ହାର ପ୍ରତି ହଜାରରେ ୭୬ ଥିବାବେଳେ, ମାତୃ ମୃତ୍ୟୁ ହାର ୪୩୨ ଥିଲା। ରାଜ୍ୟ ସରକାରଙ୍କର ସ୍ବତନ୍ତ୍ର କାର୍ଯ୍ୟକ୍ରମ ଯୋଗୁ ଆଜି ଏହି ହାର କମିଛି ଏବଂ ଆମେ ବହୁ ସଂଖ୍ୟାରେ ଶିଶୁ ଓ ମା ମାନଙ୍କର ଜୀବନ ରକ୍ଷା କରିପାରିଛୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। କଳାହାଣ୍ଡିର ଏହି ରୂପାନ୍ତରର ସବୁ ଶ୍ରେୟ ଇନ୍ଦ୍ରବତୀ ନଦୀକୁ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, ଇନ୍ଦ୍ରବାତୀ ଆମର ମା ଏବଂ କଳାହାଣ୍ଡିର ଜୀବନରେଖା । ସେ ତାର ପ୍ରତିଟି ଜଳବିନ୍ଦୁ ଦେଇ କଳାହାଣ୍ଡିକୁ ସମୃଦ୍ଧ କରିଛି । କଳାହାଣ୍ଡିବାସୀଙ୍କ ଦେହରେ ତାର ପାଣି ରକ୍ତ ହୋଇ ବୋହୁଛି । ମା ଇନ୍ଦ୍ରାବତୀର ଏହି ଅବଦାନକୁ ସମ୍ମାନ ଜଣାଇ ଏଠାରେ ଏକ ସଂଗ୍ରହାଳୟ ଓ ଉଦ୍ୟାନ ନିର୍ମାଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଏହି ମ୍ୟୁଜିୟମ୍ ସାରା ବିଶ୍ବକୁ କଳାହାଣ୍ଡିର ରୂପାନ୍ତରର କାହାଣୀ କହିବ। ଏହି ଉଦ୍ୟାନ ଭିତରେ ମା ଇନ୍ଦ୍ରାବତୀଙ୍କ ଏକ ଭବ୍ୟ ମନ୍ଦିର ନିର୍ମାଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ ଏବଂ ଇନ୍ଦ୍ରାବତୀର ଟୋପାଏ ବି ଜଳବିନ୍ଦୁକୁ ନଷ୍ଟ ହେବାକୁ ନ ଦେଇ, କଳାହାଣ୍ଡିର ବିକାଶରେ ପୁରା ବିନିଯୋଗ କରିବା ସହିତ ଭବିଷ୍ୟତ ପୀଢି ପାଇଁ ଇନ୍ଦ୍ରବତୀର ପାଣିକୁ ସୁରକ୍ଷିତ ରଖିବାକୁ ସଂକଳ୍ପ ନେବା ପାଇଁ ମୁଖ୍ୟମନ୍ତ୍ରୀ କଳାହାଣ୍ଡିର ଚାଷୀ ଭାଇଭଉଣୀ ମାନଙ୍କୁ ଆହ୍ବାନ ଜଣାଇଥିଲେ। ଆଜି ଉଦ୍‌ଘାଟିତ ଓ ଶିଳାନ୍ୟାସ କରାଯାଇଥିବା ପ୍ରକଳ୍ପ ଗୁଡିକ ମଧ୍ୟରେ ମେଗା ଉଠା ଜଳସେଚନ ବ୍ୟବସ୍ଥା, ଫୁଡ ପାର୍କ, ନୂଆ ବିଦ୍ୟୁତ ଫିଡର ଲାଇନ, ଭବାନୀପାଟଣାରେ ନୂଆ ବସ୍‌ଷ୍ଟାଣ୍ଡ, ରାସ୍ତାଘାଟ, ସେତୁ ଆଦି ବିଭିନ୍ନ ପ୍ରକଳ୍ପ ରହିଛି। ଏହି କାର୍ଯ୍ୟକ୍ରମ ରେ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ,ମନ୍ତ୍ରୀ ଶ୍ରୀ ରଘୁନଦନ ଦାଶ ମନ୍ତ୍ରୀ ଶ୍ରୀ ଦିବ୍ୟ ଶଙ୍କର ମିଶ୍ର ଉଦ୍ ବୋଧନ ଦେଇଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!