Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୮ ବର୍ଷର ନାବାଳିକାଙ୍କୁ ୫୮ ବର୍ଷର ବ୍ୟକ୍ତି ଦୁଷ୍କର୍ମ ଅଭିଯୋଗ

by ସଞ୍ଜୟ ସ୍ୱାଇଁ
October 27, 2024
in Crime, State
୮ ବର୍ଷର ନାବାଳିକାଙ୍କୁ ୫୮ ବର୍ଷର ବ୍ୟକ୍ତି ଦୁଷ୍କର୍ମ ଅଭିଯୋଗ
83
VIEWS
Share on FacebookShare on Twitter

ଯାଜପୁର, (ବାଘୁଆବାର୍ତ୍ତା): ଯାଜପୁର ଜିଲ୍ଲା ବରୀ ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାଙ୍କୁ ଜଣେ ୫୮ ବର୍ଷର ବ୍ୟକ୍ତି ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଦୁଷ୍କର୍ମର ଶିକାର ହୋଇଥିବା ନାବାଳିକାଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ କଟକ ବଡ଼ ଡାକ୍ତରଖାନାରେ ଆଇସିୟୁରେ ରଖାଯାଇଛି। ଅନ୍ୟପକ୍ଷରେ ଅଭିଯୁକ୍ତଙ୍କୁ ଏ ପର୍ଯ୍ୟନ୍ତ ପୁଲିସ ଗିରଫ କରିପାରି ନାହିଁ। ପୀଡ଼ିତାଙ୍କ ଦାଦାଙ୍କ ସୂଚନା ଅନୁଯାୟୀ, ଗତ ୨୩ ତାରିଖରେ ଘଟିଥିଲା ଏହି ଘଟଣା। ନାବାଳିକାଙ୍କ ଘରଠାରୁ ଅଭିଯୁକ୍ତଙ୍କ ଘର ପ୍ରାୟ ୫୦ ମିଟର ଦୂରତାରେ ଅବସ୍ଥିତ। ଅଭିଯୁକ୍ତ ଚାଷବାସ କରି ଚଳନ୍ତି। ତାଙ୍କୁ ପ୍ରାୟ ୫୭/୫୮ ବର୍ଷ ହେବ। ସେହିଦିନ ସେ କୌଣସି ପ୍ରକାର ପ୍ରଲୋଭନ ଦେଖାଇ ଝିଅଟିକୁ ଡାକି ନେଇଥିଲେ ଓ ତାଙ୍କୁ ଦୁଷ୍କର୍ମ କରିଥିଲେ। ଏହା ସହିତ ଘଟଣା ସଂପର୍କରେ କାହାକୁ ନକହିବାକୁ ଧମକ ଦେଇଥିଲେ। ତେବେ ଦୁଷ୍କର୍ମର ଶିକାର ହୋଇଥିବା ନାବାଳିକାର ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଥିଲା। ତେଣୁ ତାଙ୍କୁ ପ୍ରଥମେ ସ୍ଥାନୀୟ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରୁ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଝିଅକୁ କଟକ ବଡ଼ ଡାକ୍ତରଖାନାକୁ ରେଫର କରି ଦେଇଥିଲା। ଏଠାରେ ତାଙ୍କର ଚିକିତ୍ସା ଚାଲିଛି। ଅଭିଯୁକ୍ତ ଫେରାର ଅଛନ୍ତି। ପୁଲିସ ତାଙ୍କୁ ଖୋଜାଖୋଜି କରୁଛି। ପୁଲିସ ଅଭିଯୁକ୍ତଙ୍କ ପରିବାରର କିଛି ସଦସ୍ୟଙ୍କୁ ଉଠାଇ ନେଇଛି। ଘଟଣାକୁ ୪ ଦିନ ବିତି ଯାଇଥିଲେ ସୁଦ୍ଧା ଅଭିଯୁକ୍ତଙ୍କୁ ଗିରଫ କରିପାରିନି ବରୀ ଥାନା ପୁଲିସ। ତେବେ ଘଟଣା ନେଇ ପୁଲିସର ପ୍ରତିକ୍ରିୟା ମିଳିପାରିନାହିଁ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!