Saturday, September 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜାତୀୟ ସ୍ତରୀୟ ହସ୍ତତନ୍ତ ମେଳା-୨୦୨୧ ଉଦ୍‌ଘାଟିତ

by ସଞ୍ଜୟ ସ୍ୱାଇଁ
January 20, 2021
in Feature News
ଜାତୀୟ ସ୍ତରୀୟ ହସ୍ତତନ୍ତ ମେଳା-୨୦୨୧ ଉଦ୍‌ଘାଟିତ
103
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ପଦ୍ମିନୀ ଦିଆନ ଆଜି ସନ୍ଧ୍ୟାରେ ‘ଜାତୀୟ ସ୍ତରୀୟ ହସ୍ତତନ୍ତ ମେଳା’ ଉଦଘାଟନ କରିଛନ୍ତି । ଏହି ଉଦ୍‌ଘାଟନୀ ଉତ୍ସବରେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା, ସାଧାରଣ ଉଦ୍ୟୋଗ, ସମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା ଯୋଗଦେଇଥିଲେ । ବୟନଶିଳ୍ପ ନିର୍ଦ୍ଦେଶକ ତଥା ବୟନିକାର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ଜ୍ୟୋତିପ୍ରକାଶ ଦାସ ଏବଂ ବିଭାଗ ଓ ବୟନ ଶିଳ୍ପ ନିର୍ଦ୍ଦେଶାଳୟର ପଦାଧିକାରୀ ବୃନ୍ଦ ଏଥିରେ ଉପସ୍ଥିତ ଥିଲେ । ଆମ ଦେଶ ଭାରତର ସମସ୍ତ ବୟନ କଳାକୁ ଗୋଟିଏ ସ୍ଥାନରେ ପ୍ରଦର୍ଶିତ କରାଇବା ପାଇଁ ତଥା ଏହାର ବାଣିଜି୍ୟକ ଆଭିମୁଖ୍ୟକୁ ତ୍ୱରାନ୍ୱିତ କରି ଏଥିରେ ସଂପୃକ୍ତ ବୁଣାକାରମାନଙ୍କ ସର୍ବାଙ୍ଗୀନ ଉନ୍ନତି ନିମନ୍ତେ ଓଡ଼ିଶା ସରକାରଙ୍କ ଆନୁକୂଲ୍ୟରେ ବୟନିକା ଦ୍ୱାରା ଇଡ଼୍‌କୋ ପ୍ରଦର୍ଶନୀ ପଡ଼ିଆ, ୟୁନିଟ୍‌-୩, ଭୁବନେଶ୍ୱରଠାରେ ବିଂଶତମ ଜାତୀୟ ସ୍ତରୀୟ ହସ୍ତତନ୍ତ ମେଳାର ଆୟୋଜନ କରାଯାଇଛି । ଏହି ‘ଜାତୀୟ ସ୍ତରୀୟ ହସ୍ତତନ୍ତ ମେଳା’ ଫେବୃଆରୀ ୧୭ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ମେଳାରେ ୧୩୪ଟି ଷ୍ଟଲ ଖୋଲାଯାଇଛି । ଏଥି ମଧ୍ୟରୁ ୮୪ଟି ଷ୍ଟଲ ଓଡ଼ିଶାର ବିଭିନ୍ନ ହସ୍ତତନ୍ତ ସଂସ୍ଥା ଓ ସମିତିମାନଙ୍କ ପାଇଁ ଉଦ୍ଦିଷ୍ଟ । ବାକି ୫୦ଟି ଷ୍ଟଲ ଅନ୍ୟ ରାଜ୍ୟର ଅଂଶଗ୍ରହଣକାରୀ ସଂସ୍ଥାଙ୍କୁ ଆବଣ୍ଟନ କରାଯାଇଛି । ଏହି ମେଳାରେ ଉତ୍ତରପ୍ରଦେଶ, ଜାମ୍ମୁ ଓ କାଶ୍ମୀର, ରାଜସ୍ଥାନ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ପଶ୍ଚିମବଙ୍ଗ, ଝାରଖଣ୍ଡ, ଆନ୍ଧ୍ରପ୍ରଦେଶ, ପଣ୍ଡିଚେରୀ, ତାମିଲନାଡ଼ୁ, କର୍ଣ୍ଣାଟକ, ଉତ୍ତରାଖଣ୍ଡ, ହରିୟାନା ଏବଂ ଓଡ଼ିଶାର ପ୍ରାୟ ୮୪ ସଂସ୍ଥା ସମିତି ଅଂଶଗ୍ରହଣ କରି ସେମାନଙ୍କର ବିଭିନ୍ନ ହସ୍ତତନ୍ତ ବସ୍ତ୍ର ଓ ପରିଧାନକୁ ପ୍ରଦର୍ଶିତ କରିବା ସହ ବିକ୍ରି କରିବେ । ଏହି ପ୍ରଦର୍ଶନୀରେ ଓଡ଼ିଶାର ବାନ୍ଧବ ସ୍ତ୍ର ସହ ପଶ୍ଚିମବ ଙ୍ଗ ର ଜାମଦାନି ଓ ଟାଙ୍ଗ ।ଇଲ ,୍‌ ଗୁଜୁରାଟର ପଟୋଲ ।, ଲ କ୍ଷ୍ନୌର ଚିକେନ କାରୀ, ଜାମ୍ମୁ କାଶ୍ମୀରର ପଶ୍ମିନା-ସାଲ, ତାମିଲନାଡ଼ୁର କାଞ୍ଜିବରମ ପାଟଶାଢ଼ି, ଦିଲ୍ଲୀ, ହରିୟାନାର ଫର୍ନିସିଙ୍ଗ ବସ୍ତ୍ର, ପଞ୍ଜାବର କମ୍ବଳ ଓ କର୍ଣ୍ଣାଟକର ସିá ଶାଢ଼ି ଆଦି ହସ୍ତତନ୍ତ ବସ୍ତ୍ର ଗ୍ରାହକଙ୍କ ପାଇଁ ଉପଲବ୍ଧ ହେବ । ଏହି ମେଳା ପ୍ରତ୍ୟହ ଦିନ ୧୧.୩୦ରୁ ରାତି ୯.୩୦ ପର୍ଯ୍ୟନ୍ତ ଚାଲିବ । ଏହି ମେଳାରେ ଓଡ଼ିଶାର ପ୍ରତ୍ୟେକ ଷ୍ଟଲରେ ପ୍ରତ୍ୟେକ ବସ୍ତ୍ର ବିକି୍ର ଉପରେ ସ୍ୱତନ୍ତ୍ର ରିହାତି ଦେବାର ବ୍ୟବସ୍ଥା କରାଯାଇଛି । କୋଭିଡ୍‌ ଗାଇଡ୍‌ଲାଇନ୍‌ କଡ଼ାକଡ଼ି ପାଳନ କରିବା ପାଇଁ ସମସ୍ତ ପଦକ୍ଷେପ ନିଆଯାଇଛି । ସାମାଜିକ ଦୂରତା ରଖିବା ଓ ମାସ୍କ ପିନ୍ଧିବା ସମସ୍ତଙ୍କ ପାଇଁ ବାଧ୍ୟତାମୂଳକ କରାଯାଇଛି । ଗତବର୍ଷ ଏହି ମେଳାରେ ୧୦ କୋଟି ଟଙ୍କାର ବ୍ୟବସାୟ ହୋଇଥିଲା । ଚଳିତ ବର୍ଷ କୋଭିଡ୍‌ କଟକଣା ସତ୍ତେ୍ୱ ୧୦ କୋଟିରୁ ଅଧିକ ବ୍ୟବସାୟ ହେବ ବୋଲି ଆଶା କରାଯାଉଅଛି । ସର୍ବୋପରି ବୟନିକା ଏହି ମେଳାକୁ ବୟନଶିଳ୍ପ ନିର୍ଦ୍ଦେଶାଳୟ ତଥା ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସଫଳତାର ସହ ଆୟୋଜନ କରିବା ପାଇଁ ସଂକଳ୍ପବଦ୍ଧ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!