Saturday, November 14, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ

by ସଞ୍ଜୟ ସ୍ୱାଇଁ
November 5, 2024
in Crime, State
ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ
105
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଅସୁରକ୍ଷିତ ହୋଇ ପଡ଼ିଲାଣି ରାଜଧାନୀ। ବିଚ୍‌ ରାସ୍ତାରେ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ। ଏପରି ଏକ ଘଟଣା ରାଜଧାନୀର ପଳାସପଲ୍ଲୀ ଅଞ୍ଚଳରେ ଗତ ରାତିରେ ଘଟିଛି। ଦୁର୍ବୃତ୍ତଙ୍କ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ୩ ଦୁର୍ବୃତ୍ତ ବାଇକ୍‌ରେ ଆସି ଜଣେ ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଛନ୍ତି । ଆକ୍ରମଣର ଶିକାର ହେଲେ ଶିବପ୍ରସାଦ ଶ୍ରୀଚନ୍ଦନ । ଜଣେ ସମାଜସେବୀ ଭାବେ ବେଶ ଲୋକପ୍ରିୟ ଶିବପ୍ରସାଦଙ୍କୁ କିଏ ଓ କ’ଣ ପାଇଁ ମରଣାନ୍ତକ ଆକ୍ରମଣ କଲା ତାହା ସ୍ପଷ୍ଟ ହୋଇ ପାରିନି। ପୁଲିସ୍‌ ଘଟଣାର ଛାନଭିନ ଆରମ୍ଭ କରିଛି। ଗତକାଲି ରାତି ପ୍ରାୟ ୧୦ଟା ବେଳେ ଶିବପ୍ରସାଦ ପଳାସପଲ୍ଲୀ ଛକରୁ ସ୍କୁଟି ଯୋଗେ ନବୀନ ନିବାସ ରାସ୍ତାରେ ଯାଉଥିଲେ। ଏହି ସମୟରେ ୨ଟି ବାଇକ୍‌ ତାଙ୍କ ଆଗରେ ଛିଡ଼ା ହୋଇଥିଲା। ଶିବ ବାଧ୍ୟ ହୋଇ ସ୍କୁଟି ଅଟକାଇବାରୁ ହଠାତ୍ ଦୁର୍ବୃତ୍ତମାନେ ଖଣ୍ଡା ବାହାର କରି ତାଙ୍କୁ ହାଣି ପକାଇଥିଲେ। ଫଳରେ ତାଙ୍କ ଶରୀରର ବିଭିନ୍ନ ସ୍ଥାନରେ ଗଭୀର କ୍ଷତ ସୃଷ୍ଟି ହୋଇଛି। ଶିବ ପ୍ରସାଦ ତଳେ ପଡ଼ି ଛଟପଟ ହେବାରୁ ଦୁର୍ବୃତ୍ତମାନେ ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିଲେ। ଏହାପରେ ଗୁରୁତର ଶିବଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକେ ପହଞ୍ଚି ତାଙ୍କୁ ପ୍ରଥମେ କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ଭର୍ତ୍ତି କରିଥିଲେ। ଏହାପରେ ତାଙ୍କୁ ଏମ୍ସ ସ୍ଥାନାନ୍ତର କରାଯାଇଛି। ଗତକାଲି ବିଳମ୍ବିତ ରାତିରେ ଏମ୍ସ ଯାଇ ଶିବପ୍ରସାଦଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି ପୁଲିସ କମିଶନର ଏସ ଦେବଦତ୍ତ ସିଂ। ଏଥିସହ ଦୁର୍ବୃତ୍ତଙ୍କୁ ଚିହ୍ନଟ କରିବାକୁ ପୁଲିସ୍‌ ସିସିଟିଭି ଫୁଟେଜ ଆଧାରରେ ଯାଞ୍ଚ ଆରମ୍ଭ କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!