Friday, November 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ, ନୟାଗଡ଼ ଓ ଖୋର୍ଦ୍ଧାର ଯୁବକ ସାମିଲ, ୬ ଗିରଫ

by ସଞ୍ଜୟ ସ୍ୱାଇଁ
November 8, 2024
in Crime, State
କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ, ନୟାଗଡ଼ ଓ ଖୋର୍ଦ୍ଧାର ଯୁବକ ସାମିଲ, ୬ ଗିରଫ
496
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ଜଣେ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ କରଯାଇଥିବା ଅଭିଯୋଗ ହୋଇଛି। ଏପରି ସାଂଘାତିକ ଅଭିଯୋଗ ଆସିଛି କଟକରୁ। ଛାତ୍ରୀଙ୍କ ବୟଫ୍ରେଣ୍ଡ୍ ଓ ତା’ସାଙ୍ଗ ମାନେ ମିଶି ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଛାତ୍ରୀଙ୍କ ଆପତ୍ତିଜନକ ଭିଡିଓ ଉଠାଇ ବ୍ଲାକମେଲ କରିବା ସହ ବାରମ୍ବାର ଦୁଷ୍କର୍ମ କରିଥିବା ଥାନାରେ ଅଭିଯୋଗ ହୋଇଛି। ପୁଲିସ ଏହି ଘଟଣାରେ ବୟଫ୍ରେଣ୍ଡ ସହ ୬ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଅଭିଯୁକ୍ତ ମାନଙ୍କ ମଧ୍ୟରେ ୩ ଜଣ ହେଉଛନ୍ତି ଝାଞ୍ଜିରିମଙ୍ଗଳା ଅଞ୍ଚଳର। ବାରଙ୍ଗ ଅଞ୍ଚଳର ଜଣେ କାଫେ ମାଲିକ, ଭଗବତପୁର ଅଞ୍ଚଳର ଅଭିଯୁକ୍ତ ସହ ଖୋର୍ଦ୍ଧା ନୟାଗଡ଼ ଅଞ୍ଚଳର ଜଣେ ଅଭିଯୁକ୍ତ ରହିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଗତ ଦଶହରା ବେଳେ କଟକ ପୁରୀଘାଟ ଥାନା ଅଞ୍ଚଳର ଏକ କାଫେରେ ଛାତ୍ରୀ ଜଣକ ତାଙ୍କ ବୟଫ୍ରେଣ୍ଡ୍ ସହ ଜନ୍ମଦିନ ପାଳନ କରିଥିଲେ। ସେଠାରେ ଛାତ୍ରୀଙ୍କ ଅଜାଣତରେ ଆପତ୍ତିଜନକ ଭିଡ଼ିଓ ଉତ୍ତୋଳନ କରିଥିଲା ଅଭିଯୁକ୍ତ ବୟଫ୍ରେଣ୍ଡ୍। ଏଥିରେ ସହଯୋଗ କରିଥିଲେ କାଫେ ଚଳାଉଥିବା ଭରତପୁର ଅଞ୍ଚଳର ଯୁବକ। ଏହି ଭିଡିଓ ରଖି କାଫେ ମାଲିକ ଓ ବୟଫ୍ରେଣ୍ଡ ତାଙ୍କୁ ବାରଙ୍ଗ ଅଞ୍ଚଳର ଏକ ଘରକୁ ଡାକିଥିଲେ। ଛାତ୍ରୀ ଜଣକ ସେଠାରେ ପହଞ୍ଚିବା ପରେ ତାଙ୍କୁ ଗଣଦୁଷ୍କର୍ମ କରିଥିବା ନେଇ ବାଦାମବାଡ଼ି ଥାନାରେ ଅଭିଯୋଗ ହୋଇଛି। ଏହି ଘଟଣାରେ ବାଦାମବାଡ଼ି ପୁଲିସ ବୟଫ୍ରେଣ୍ଡ ସହ ୬ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ତେବେ ଏନେଇ ପୁଲିସ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!