Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜଷ୍ଟିସ ସଞ୍ଜୀବ ଖନ୍ନା ନୂଆ CJI ଭାବେ ଶପଥ ନେଲେ

by ସଞ୍ଜୟ ସ୍ୱାଇଁ
November 11, 2024
in NATIONAL NEWS
ଜଷ୍ଟିସ ସଞ୍ଜୀବ ଖନ୍ନା ନୂଆ CJI ଭାବେ ଶପଥ ନେଲେ
127
VIEWS
Share on FacebookShare on Twitter

ଦିଲ୍ଲୀ, (ବାଘୁଆବାର୍ତ୍ତା): ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ସଞ୍ଜୀବ ଖନ୍ନା। ସେ ୫୧ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଇଛନ୍ତି। ତାଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ସାମିଲ ଥିଲେ। ଏହାପୂର୍ବରୁ ଜଷ୍ଟିସ ଡି.ଓ୍ୱାଇ ଚନ୍ଦ୍ରଚୂଡ ଅବସର ନେଇଥିଲେ। ଜଷ୍ଟିସ ଖନ୍ନାଙ୍କ ନାମ ଜଷ୍ଟିସ ଚନ୍ଦ୍ରଚୂଡଙ୍କ ଦ୍ୱାରା ସୁପାରିଶ କରାଯାଇଥିଲା। ନଭେମ୍ବର ୧୦ରେ ୬୫ ବର୍ଷ ବୟସରେ ଚନ୍ଦ୍ରଚୁଡ଼ ଏହି ପଦବୀରୁ ଅବସର ନେଇଥିଲେ। ଏହାପରେ ଜଷ୍ଟିସ ସଞ୍ଜୀବ ଖନ୍ନାଙ୍କୁ ସିଜେଆଇ ପଦ ସମ୍ଭାଳିଛନ୍ତି। ତେବେ ତାଙ୍କ କାର୍ଯ୍ୟକାଳ ମାତ୍ର ୬ ମାସ ରହିବ। ଆସନ୍ତା ବର୍ଷ ମେ’ ୧୩ରେ ତାଙ୍କର କାର୍ଯ୍ୟକାଳ ସରିବ। ୧୯୮୩ରେ ଦିଲ୍ଲୀ ବାର୍ କାଉନସିଲରେ ପଞ୍ଜୀକରଣ ସହ ଆଇନଜୀବୀ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ ଜଷ୍ଟିସ ଖନ୍ନା। ପ୍ରଥମେ ସେ ହଜାରି କମ୍ପ୍ଲେକ୍ସ ଜିଲ୍ଲାକୋର୍ଟରେ ପ୍ରାକ୍ଟିସ ଆରମ୍ଭ କରିଥିଲେ। ଏହାପରେ ହାଇକୋର୍ଟରେ ଓକିଲାତି କରିଥିଲେ। ଦିଲ୍ଲୀ ଆୟକର ବିଭାଗର ସିନୟର ଷ୍ଟାଣ୍ଟିଂ କାଉନସେନ ଭାବେ ସେ ୨୦୦୪ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ। ସରକାରୀ ଓକିଲ ଭାବେ ଦିଲ୍ଲୀ ହାଇକୋର୍ଟରେ କାର୍ଯ୍ୟ କରିଥିଲେ। ପରେ ଆମିକସ କ୍ୟୁରି ଭାବେ ନିଯୁକ୍ତି ପାଇଥିଲେ। ୨୦୦୫ରେ ଦିଲ୍ଲୀ ହାଇକୋର୍ଟର ଆଡିସନାଲ ଜଜ୍ ହୋଇଥିଲେ। ୨୦୦୬ରେ ସ୍ଥାୟୀ ବିଚାରପତି ଭାବେ ନିଯୁକ୍ତି ମିଳିଥିଲା। ୨୦୧୯ରେ ସେ ସୁପ୍ରିମକୋର୍ଟର ବିଚାରପତି ହୋଇଥିଲେ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!