Friday, November 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କିରାଣି ବାବୁଙ୍କୁ ମାଡ଼ି ବସିଲା ଭିଜିଲାନ୍ସ

by ସଞ୍ଜୟ ସ୍ୱାଇଁ
November 13, 2024
in Crime, State
କିରାଣି ବାବୁଙ୍କୁ ମାଡ଼ି ବସିଲା ଭିଜିଲାନ୍ସ
212
VIEWS
Share on FacebookShare on Twitter

ଖୋର୍ଦ୍ଧା, (ବାଘୁଆବାର୍ତ୍ତା): ଲାଞ୍ଚ ନେବା କାଳ ହେଲା। ଜଣେ ଅବସରପ୍ରାପ୍ତ ଶିକ୍ଷୟିତ୍ରୀଙ୍କ ୫ ଲକ୍ଷ ଟଙ୍କାର ଏରିଅର ବିଲ୍‌ କରାଇଦେବାକୁ ୬ ହଜାର ଟଙ୍କା ଲାଞ୍ଚ ନେବାକୁ ଅଡ଼ି ବସିଥିଲେ। ଶେଷରେ ଗତ ରାତିରେ ଲାଞ୍ଚ ଟଙ୍କା ନେଉଥିବା ବେଳେ କିରାଣି ବାବୁଙ୍କୁ ମାଡ଼ି ବସିଛି ଭିଜିଲାନ୍ସ ଟିମ୍‌। ଏପରି ଏକ ଘଟଣା ଖୋର୍ଦ୍ଧା ଜିଲ୍ଲା ବିଇଓ କାର୍ଯ୍ୟାଳୟରେ ଗତ ରାତିରେ ଘଟିଛି। ଭିଜିଲାନ୍ସ ହାବୁଡ଼ରେ ପଡ଼ିଥିବା ବାବୁଜଣକ ହେଉଛନ୍ତି ଖୋର୍ଦ୍ଧା ବିଇଓ କାର୍ଯ୍ୟାଳୟର କନିଷ୍ଠ କିରାଣି ତଥା ଆକାଉଣ୍ଟାଣ୍ଟ ପ୍ରଦୀପ୍ତ କୁମାର ସାହୁ । ୨୦୧୮ ମସିହାରୁ ଅବସର ନେଇଥିବା ଖୋର୍ଦ୍ଧା କୋଣାର୍କ ନଗରର ଶିକ୍ଷୟତ୍ରୀ ବିଜୟିନୀ ତ୍ରିପାଠୀ ତାଙ୍କ ଏରିଅର ଟଙ୍କା ପାଇବାକୁ ବାରମ୍ବାର ବିଇଓଙ୍କ କାର୍ଯ୍ୟାଳୟ ଦୌଡ଼ୁଥିଲେ । ତେବେ ତାଙ୍କର ପ୍ରାୟ ୫ ଲକ୍ଷ ଟଙ୍କାର ଏରିଅର ବିଲ୍ କରାଇଦେବାକୁ କନିଷ୍ଠ କିରାଣି ପ୍ରଦୀପ୍ତ କୁମାର ସାହୁ ୬ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଏନେଇ ବିଜୟିନୀଙ୍କ ଭାଇ ବିନୟ ତ୍ରିପାଠୀ ଭିଜିଲାନ୍ସକୁ ଜଣାଇଥିଲେ। ଏହାପରେ ପୂର୍ବ ଯୋଜନା ମୁତାବକ ବିଜୟିନୀ ଗତକାଲି ରାତି ପ୍ରାୟ ୧୧ଟା ବେଳେ ବିଇଓ କାର୍ଯ୍ୟାଳୟରେ ପ୍ରଦୀପ୍ତଙ୍କୁ ଲାଞ୍ଚ ଟଙ୍କା ଦେଉଥିଲେ। ଉକ୍ତ ସମୟରେ ସେଠାରେ ଛପି ରହିଥିବା ଖୋର୍ଦ୍ଧା ଏବଂ ଭୂବନେଶ୍ୱରର ଭିଜିଲାନ୍ସ ଟିମ୍ ସେଠାରେ ତାଙ୍କୁ ମାଡି ବସିଥିଲେ। ସେମାନେ ପ୍ରଦୀପ୍ତଙ୍କ ନିକଟରୁ ରାସାୟନିକ ପ୍ରଲେପ ବୋଳା ଟଙ୍କା ଜବତ କରିଛନ୍ତି। ଏଥିସହ ତାଙ୍କୁ ଗିରଫ କରି ଖୋର୍ଦ୍ଧା ଭିଜିଲାନ୍ସ କାର୍ଯ୍ୟାଳୟକୁ ଅଣାଯାଇଛି। ଏହାପରେ ତାଙ୍କ ସରକାରୀ ବାସଗୃହ ସମେତ ଅନ୍ୟାନ୍ୟ ସ୍ଥାନରେ ଚଢଉ କରାଯାଉଥିବା ଭିଜିଲାନ୍ସ ଡିଏସପି ବ୍ରଜବନ୍ଧୁ ସାହୁ ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!