Friday, November 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନିଖୋଜ ଯୁବତୀଙ୍କ ମୃତଦେହ ପୋଖରୀରୁ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
November 14, 2024
in Crime, State
ନିଖୋଜ ଯୁବତୀଙ୍କ ମୃତଦେହ ପୋଖରୀରୁ ଉଦ୍ଧାର
879
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): କାହାକୁ କିଛି ନକହି ଘରୁ କେଉଁ ଆଡେ ଚାଲି ଯାଇଥିଲେ ୧୯ ବର୍ଷୀୟା ଯୁବତୀ। ନିଖୋଜ ହେବାର ୬ ଦିନ ପରେ ଗାଁ ପୋଖରୀରୁ ମିଳିଲା ଯୁବତୀଙ୍କ ମୃତଦେହ। ତେବେ ଏହା ହତ୍ୟା ନା ଆତ୍ମହତ୍ୟା, ତାହା ଜଣାପଡ଼ି ନାହିଁ। ପୁଲିସ୍‌ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଛି। ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ଅଞ୍ଚଳରେ ଏପରି ଘଟଣା ଘଟିଛି। ଦଶପଲ୍ଲା ଥାନା ସରିଗଣ୍ଡା ଗାଁର ଚିରଞ୍ଜିବୀ ପ୍ରଧାନଙ୍କ ଏକ ମାତ୍ର ୧୯ ବର୍ଷୀୟ ଝିଅ ରଚନା ପ୍ରଧାନ ୬ ଦିନ ତଳେ କେଉଁଆଡ଼େ ଚାଲି ଯାଇଥିଲେ। ପରିବାର ଲୋକେ ଝିଅକୁ ଚାରିଆଡେ ଖୋଜିଥିଲେ। ମାତ୍ର ପାଇନଥିଲେ। ପରେ ଏନେଇ ଦଶପଲ୍ଲା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୁଲିସ୍‌ ମାମଲା ରୁଜୁ କରି ଚୁପ୍‌ ବସିଥିଲା। ଝିଅକୁ ନପାଇ ପରିବାର ଲୋକେ ଭାଙ୍ଗି ପଡ଼ିଥିଲେ। ଆଜି ଅପରାହ୍ନରେ ଘରଠାରୁ ମାତ୍ର ୧୦୦ ମିଟର ଦୂରରେ ଥିବା ଏକ ପୋଖରୀରେ ରଚନାଙ୍କ ମୃତଦେହ ଭାସୁଥିବା ଗାଁର ଜଣେ ମହିଳା ଦେଖିବାକୁ ପାଇଥିଲେ। ସେ ଏନେଇ ପରିବାର ଲୋକଙ୍କୁ କହିଥିଲେ। ତା’ପରେ ଗାଁ ଲୋକେ ପୁଲିସ୍‌ ଓ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ପୁଲିସ୍‌ ଉପସ୍ଥିତିରେ ଅଗ୍ନିଶମ କର୍ମଚାରୀମାନେ ପୋଖରୀରୁ ରଚନାଙ୍କ ମୃତଦେହ ଉଦ୍ଧାର କରିଛନ୍ତି। ପୁଲିସ୍‌ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଛି। ତେବେ ରଚନାଙ୍କ ମୃତ୍ୟୁ କେମିତି ହେଲା, ତାହା ଜଣାପଡ଼ି ନାହିଁ। ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିଥିଲେ ମୃତ୍ୟୁର କରଣ ଜଣାପଡ଼ିବ ବୋଲି ପୁଲିସ୍‌ କହିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!