ନୂଆଦିଲ୍ଲୀ,(ବାଘୁଆବାର୍ତ୍ତା): ଦେଶରେ ଆତଙ୍କି ହମ୍ଲା ଆଶଙ୍କା । ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ଦେଶରେ ୭୨ତମ ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀ, ବୋଧଗୟା ଓ ଅଯୋଧ୍ୟାରେ ଆତଙ୍କବାଦୀ ଆକ୍ରମଣ କରିବା ନେଇ ଷଡ଼ଯନ୍ତ୍ର ରଚିଥିବା ଜଣାଯାଇଛି । ଏନେଇ ଗୁଇନ୍ଦା ବିଭାଗ ପକ୍ଷରୁ ସତର୍କ କରାଯିବା ପରେ ଦେଶରେ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି । ରାଜଧାନୀ ଦିଲ୍ଲୀ ସମେତ ବୋଧ୍ଗୟା, ଅଯୋଧ୍ୟାରେ ସୁରକ୍ଷା ବ୍ୟବସ୍ଥାକୁ ବଢ଼ ଯାଇଛି ।






