Friday, November 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମା ସାଜିଲା ପିଶାଚୀ, ଛୁଆଙ୍କୁ ଚେଙ୍କ ଦେଲା ପ୍ରେମିକ

by ସଞ୍ଜୟ ସ୍ୱାଇଁ
November 15, 2024
in Crime, State
ମା ସାଜିଲା ପିଶାଚୀ, ଛୁଆଙ୍କୁ ଚେଙ୍କ ଦେଲା ପ୍ରେମିକ
73
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବାପା ଥାଉ ଥାଉ ଅନୈତିକ ସମ୍ପର୍କରେ ବୁଡ଼ି ରହିଥିଲା ମା’ । ଏହାକୁ ବିରୋଧ କରିବା ପିଲାଙ୍କ ପାଇଁ କାଳ ହେଲା। ଯେଉଁ ମା’ ନିଜ ପିଲାଙ୍କୁ ରକ୍ଷା କରିବା କଥା ସେ ପାଲଟିଗଲା ସେମାନଙ୍କ ଶତ୍ରୁ। ପାଟି ଫିଟାଇବାର ଶାସ୍ତି ସ୍ୱରୁପ ମା’ ଆଗରେ ପିଲାଙ୍କୁ ଚେଙ୍କ ଦେଇ ଚାଲିଲା ତାଙ୍କ ପ୍ରେମିକ । ଦିନେ କି ଦୁଇ ଦିନ ନୁହେଁ ତିନି ଦିନ କାଳ ଏପରି ଅକଥନୀୟ ନିର୍ଯାତନା ସହିବା ପରେ ଦୁଇ ପିଲାଙ୍କୁ ଉଦ୍ଧାର କରିଛି ପୁଲିସ୍‌। ଏପରି ଏକ ଲଜ୍ଜାଜନକ ଘଟଣା ରାଜଧାନୀ ଭୁବନେଶ୍ୱରର ମୈତ୍ରୀବିହାର ଥାନା ମହାବୀର ବସ୍ତିରେ ଘଟିଛି । ଦୁଇ ପିଲାଙ୍କୁ ଗରମ ଷଣ୍ଢୁଆଶୀରେ ଶରୀରର ବିଭିନ୍ନ ସ୍ଥାନରେ ଚେଙ୍କ ଦିଆଯାଇଛି। ଏହି ଘଟଣାରେ ପୁଲିସ୍ ପୀଡ଼ିତ ପିଲାଙ୍କ ମା’ ଓ ତାଙ୍କ ପ୍ରେମିକ ଗୁଡ଼ୁ ନାୟକଙ୍କୁ ଅଟକ ରଖି ପଚରାଉଚରା କରୁଛି। ଅଭିଯୋଗ ହୋଇଛି, ବାପା ଅନୁପସ୍ଥିତିରେ ମା’ ପର ପୁରୁଷ ସହ ପ୍ରେମ ସମ୍ପର୍କ ରଖିଥିଲେ। ଯାହାକୁ ପିଲାମାନେ ବିରୋଧ କରୁଥିଲେ । ଫଳରେ ନିଜ ପିଲାଙ୍କୁ ହିଁ ନିଜ ରାସ୍ତାର କଣ୍ଟା ଭାବିଥିଲେ ମହିଳାଜଣକ । ଏହାପରେ ସୁଚିନ୍ତିତ ଷଡଯନ୍ତ୍ର କରି ଦୁଷ୍ଟ ହେଉଥିବା ଆଳ ଦେଖାଇ ପ୍ରେମିକ ହାତରେ ନିଜ ଦୁଇ ପିଲାଙ୍କୁ ଚେଙ୍କ ଦେବାକୁ ପଛାଇଲେ ନାହିଁ। ଏପରିକି ସେମାନଙ୍କୁ ଗୋଟିଏ ରୁମ୍‌ରେ ବନ୍ଦ କରି ୩ ଦିନ ହେଲାଣି ଗରମ ଷଣ୍ଡୁଆସିରେ ଚେଙ୍କ ଦେଉଥିଲେ। ଫଳରେ ପିଲା ଦୁଇ ଜଣଙ୍କ ଶରୀରର ବିଭିନ୍ନ ସ୍ଥାନରେ ଫୋଟକା ହୋଇ ଯାଇଛି। ଯନ୍ତ୍ରଣା ଅସହ୍ୟ ହେବାରୁ ଏନେଇ ସେମାନେ ପାଟି ଫିଟାଇଥିଲେ। ଖବର ପାଇ ପୁଲିସ୍‌ ପହଞ୍ଚି ଉଭୟ ପିଲାଙ୍କୁ ଉଦ୍ଧାର କରି ତୁରନ୍ତ ମେଡିକାଲରେ ଭର୍ତ୍ତି କରିଛି। ଏଥିସହ ଏପରି ସାଂଘାତିକ କାଣ୍ଡ ଘଟାଇଥିବା ମହିଳା ତଥା ତାଙ୍କ ପ୍ରେମିକଙ୍କୁ ଅଟକ ରଖି ପଚରାଉଚରା କରୁଛି ପୁଲିସ୍‌।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!