Saturday, April 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଇକ-ଟାଟାଏସି ମୁଁହାମୁଁହି ଧକ୍କା:ଜଣେ ମୃତ 

by ସଞ୍ଜୟ ସ୍ୱାଇଁ
November 17, 2024
in Accident, Breaking, Nayagarh
ବାଇକ-ଟାଟାଏସି ମୁଁହାମୁଁହି ଧକ୍କା:ଜଣେ ମୃତ 
66
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଝୁମ୍ପୁରୀ ନିକଟରେ ବାଇକ-ଟାଟାଏସି ମୁଁହାମୁଁହି ଦୁର୍ଘଟଣା ଘଟିଛି l ଦୁର୍ଘଟଣାରେ ବାଇକ ଚାଳକ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହାତ ହୋଇଥିବା ଜଣାପଡିଛି l ମୃତ ବ୍ୟକ୍ତି ଜଣଙ୍କ ହରିହରପୁର ଗାଁର ବୋଲି ଜଣାପଡିଛି l ସୂଚନାନୁସାରେ, ନୟାଗଡ଼ ଟାଉନ ଥାନା ଅନ୍ତର୍ଗତ ଝୁମ୍ପୁରୀ 57ନଂ ଜାତୀୟ ରାଜପଥ ଦେଇ ଯାଉଥିବା ଟାଟାଏସି ଗାଡ଼ି ନମ୍ବର (OD 02T 5082) ଦଶପଲ୍ଲା ଅଭିମୁଖେ ଯାଉଥିବା ବେଳେ ବିପରିତ ଦିଗରୁ ହୋଣ୍ଡା ସାଇନ ଗାଡ଼ି ନମ୍ବର (OD 25F 3423) ବାଇକ ଝୁମ୍ପୁରୀ ନିକଟରେ ଥିବା ପେଟ୍ରୋଲ ପମ୍ପ ସମ୍ମୁଖରେ ଧକ୍କା ଦେଇଥିଲା l ଘଟଣାସ୍ଥଳରେ ବାଇକ ଚାଳକର ମୃତ୍ୟୁ ହୋଇଥିବା ବେଳେ ବାଇକ ପଛରେ ବସିଥିବା ବ୍ୟକ୍ତି ଗୁରୁତର ଆହାତ ହୋଇଥିବା ଜଣାପଡିଛି l ଟାଉନ ପୋଲିସ ଘଟଣାସ୍ଥଳରେ ପହଞ୍ଚି 108ଆମ୍ବୁଲାନ୍ସ ମାଧ୍ୟମରେ ମୃତ ବ୍ୟକ୍ତିଙ୍କ ମର ଶରୀର ଓ ଗୁରୁତର ଆହାତ ବ୍ୟକ୍ତିଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିବା ବେଳେ ମୃତକଙ୍କ ପରିଚୟ ମିଳିପାରିନାହିଁ l ତେବେ ଗୁରୁତର ଆହାତ ଥିବା ବ୍ୟକ୍ତି ଜଣଙ୍କ ଶରଣକୁଳ ଥାନା ହରିହରପୁର ଗାଁର ବୋଲି ବିଶେଷ ସୂତ୍ରରୁ ଜଣାପଡିଛି l ଟାଉନ ପୋଲିସ ଟାଟାଏସି ଗାଡ଼ି ଜବତ କରି ତଦନ୍ତ ଚଳାଇଥିବା ବେଳେ ଟାଟାଏସି ଚାଳକ ଫେରାର ହୋଇଥିବା ସୂଚନା ମିଳିଛି l

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

April 17, 2026
ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!