ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଯୁକ୍ତ ୨ରେ ଅଧ୍ୟୟନରତ ଛାତ୍ରଛାତ୍ରୀମାନଙ୍କ ପାଇଁ ଏକ ବଡ଼ ଅପଡେ୍ଟ ଖବର ଆସିଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ବାରା ପରିଚାଳିତ ଯୁକ୍ତ ୨ ବାର୍ଷିକ ପରୀକ୍ଷା-୨୦୨୫ ଆସନ୍ତା ଫେବ୍ରୁଆରିରୁ ଆରମ୍ଭ ହେବ ବୋଲି କୁହାଯାଇଛି। ଯୁକ୍ତ ୨ ବାର୍ଷିକ ପରୀକ୍ଷା ପାଇଁ ହାତରେ କମ ସମୟ ରହିଛି। ଏଥି ପାଇଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ପାଠପଢ଼ାକୁ ତୀବ୍ର କରିଦିଆଯାଇଛି। ଠିକ୍ ସମୟରେ କୋର୍ସ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି। ଅଭିଭାବକମାନେ ମାନେ ନିଜନିଜର ପିଲାମାନଙ୍କ ସଫଳତା ପାଇଁ ମଧ୍ୟ ଲାଗିପଡ଼ିଛନ୍ତି। ସିଏଚ୍ଏସ୍ଇ ପକ୍ଷରୁ କୁହାଯାଇଛି ଯେ, ଆସନ୍ତା ଫେବ୍ରୁଆରି ୧୮ ତାରିଖ ଠାରୁ ୨୭ ତାରିଖ ଯାଏଁ ଯୁକ୍ତ ୨ ପରୀକ୍ଷା ଅନୁଷ୍ଠିତ ହେବ। ଫେବ୍ରୁଆରି ୧୮ ତାରିଖ ଦିନ ବିଜ୍ଞାନ ଓ ଧନ୍ଦାମୂଳକ ବିଷୟରେ ପରୀକ୍ଷା ଆରମ୍ଭ ହେବ। ସେହିପରି ଫେବ୍ରୁଆରି ୧୯ ତାରିଖ ଠାରୁ କଳା ଓ ବାଣିଜ୍ୟର ଥିଓରି ପରୀକ୍ଷା ହେବ। ପ୍ରାକ୍ଟିକାଲ ପରୀକ୍ଷା ଜାନୁଆରି ୨ରୁ ୧୨ ତାରିଖ ଯାଏଁ ଜାରି ରହିବ।






