ନୟାଗଡ଼, (ବାଘୁଆବାର୍ତ୍ତା): ଦେଶୀ ବନ୍ଧୁକ ରଖିଥିବା ଅଭିଯୋଗରେ ଜଣେ ଗିରଫ । ଗିରଫ ଅଭିଯୁକ୍ତକୁ ଗୁରୁବାର କୋର୍ଟ ଚାଲାଣ କରାଯିବ ବୋଲି ଜଣାପଡିଛି । ଘଟଣାରୁ ଜଣାପଡିଛି ଯେ ଗଣିଆ ବ୍ଳକ ଆଡକଟା ପଞ୍ଚାୟତ ଧୁଆଁମଡା ଗ୍ରାମର ନିଳକଣ୍ଠ ମହାରଣା ଦେଶୀ ବନ୍ଧୁକ ରଖିଥିବା କୈାଣସି ସୂତ୍ରରୁ ଖବର ପାଇ ଗଣିଆ ଥାନା ଅଧିକାରୀ ଲକ୍ଷ୍ମଣ ଦଣ୍ଡସେନା ଅଭିଯୁକ୍ତଙ୍କ ଘରେ ଚଢ଼ାଉ କରିଥିଲେ । ଚଢ଼ାଉ ପରେ ତାଙ୍କ ଘରୁ ଗୋଟିଏ ଦେଶୀ ବନ୍ଧୁକ ଜବତ କରାଯାଇଥିଲା । ପରେ ନିଳକଣ୍ଠକୁ ଗିରଫ କରି ଗଣିଆ ଥାନାକୁ ଆଣି ପଚରାଉଚରା ଜାରି ରଖିଛନ୍ତି ଥାନା ଅଧିକାରୀ ଲକ୍ଷ୍ମଣ ଦଣ୍ଡସେନା । ତେବେ ଗିରଫ କାରିଙ୍କୁ ଗୁରୁବାର କୋର୍ଟ ଚାଲାଣ କରାଯିବ ବୋଲି ସେ ପ୍ରକାଶ କରିଛନ୍ତି ।





