Monday, November 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୂଆ ଭୋଟରଙ୍କୁ ଫଟୋ ପରିଚୟ ପତ୍ର ବଣ୍ଟନ

by ସଞ୍ଜୟ ସ୍ୱାଇଁ
January 25, 2021
in Feature News
ନୂଆ ଭୋଟରଙ୍କୁ ଫଟୋ ପରିଚୟ ପତ୍ର ବଣ୍ଟନ
165
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ରାଜ୍ୟସ୍ତରୀୟ ଜାତୀୟ ମତଦାତା ଦିବସ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସମ୍ମିଳନୀ କକ୍ଷରେ ଅନ୍‌ଲାଇନ୍‌ ମାଧ୍ୟମରେ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ସୁଶୀଲ କୁମାର ଲୋହାନୀ ମୁଖ୍ୟଅତିଥି ଭାବେ ଯୋଗଦେଇ ନୂତନ ଓ ଯୁବ ଭୋଟରମାନଙ୍କୁ ଶପଥ ପାଠ କରାଇବା ସହ ନିର୍ବାଚନରେ ଅଂଶଗ୍ରହଣ ନିମନ୍ତେ ସେମାନଙ୍କ ଦାୟିତ୍ୱ ଓ କର୍ତ୍ତବ୍ୟ ସଂପର୍କରେ ଅବଗତ କରାଇଥିଲେ । ନୂତନ ଓ ଯୁବ ଭୋଟରମାନଙ୍କୁ ରାଜନୈତିକ ପ୍ରକ୍ରିୟାରେ ସାମିଲ ନିମନ୍ତେ ଉତ୍ସାହିତ କରିବା ସହ ଗଣତାନ୍ତ୍ରିକ ମୂଲ୍ୟବୋଧ ପ୍ରତି ଅନୁପ୍ରାଣିତ କରାଇବା ହେଉଛି ମତଦାତା ଦିବସ ପାଳନର ମୁଖ୍ୟ ଉଦ୍ଦେଶ୍ୟ । ଏହି କାର୍ଯ୍ୟକ୍ରମରେ ଆମନ୍ତ୍ରିତ ହୋଇ ଆସିଥିବା ୧୨ ଜଣ ନୂଆ (ପ୍ରଥମ ଥର) ଭୋଟର ନାଜନୀନ୍‌ ସୁଲ୍‌ତାନା, ପୁଣ୍ୟତୋୟା ମଲ୍ଲିକ, ଦେବବର୍ଣ୍ଣୀ ମହାପାତ୍ର, ଦିବ୍ୟଶ୍ଳୋକ ପଣ୍ଡା, ଦ୍ୱାରିକାନାଥ କର, ସ୍ୱାତି ସୁଲଗ୍ନା, ପି୍ରୟାଂଶୁ ବର୍ଦ୍ଧନ, ଅନୁଶ୍ରିୟା ଜେନା, ପିଙ୍କି କର, ପ୍ରୀତି ଦ୍ୱିପା ରଣା, ସ୍ୱାଗତିକା ପାଲ୍‌ ଓ ପ୍ରତୀକ୍ଷା ଷଡଙ୍ଗୀଙ୍କୁ ମୁଖ୍ୟ ଅତିଥି ତଥା ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଲୋହାନୀ ଫଟୋ ପରିଚୟ ପତ୍ର ବଣ୍ଟନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଭବାନୀ ପ୍ରସାଦ ରାୟ, ଯୁଗ୍ମ ମୁଖ୍ୟ ନିର୍ବାଚନ ଅଧିକାରୀ ସଂଘମିତ୍ରା ଶତପଥୀ ଓ ଶତ୍ରୁଘ୍ନ କର, ଉପମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରମୋଦ କୁମାର ସାହୁ, ଭୁବନେଶ୍ୱର ଉପଜିଲ୍ଲାପାଳ ଦେବବ୍ରତ ସାହୁଙ୍କ ସମେତ ବିଭାଗର ଅନ୍ୟାନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!