Sunday, September 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏଟିଏମ୍ ଲୁଟେରାଙ୍କ ଫେଲ ମାରିଲା ଯୋଜନା

by ସଞ୍ଜୟ ସ୍ୱାଇଁ
November 22, 2024
in Crime, State
ଏଟିଏମ୍ ଲୁଟେରାଙ୍କ ଫେଲ ମାରିଲା ଯୋଜନା
4
VIEWS
Share on FacebookShare on Twitter

ଢେଙ୍କାନାଳ, (ବାଘୁଆବାର୍ତ୍ତା): ଏଟିଏମ୍‌ ଭାଙ୍ଗି ଟଙ୍କା ପଇସା ଲୁଟ୍‌ କରିବା ପାଇଁ ଆସିଥିଲେ ଲୁଟେରା। ଫେଲ୍‌ ମାରିଲା ଯୋଜନା। ଏଟିଏମର ସଟରର ତାଲା ନ ଖୋଲିବାରୁ ଲୁଟ୍ ନ କରି ଫେରିଗଲେ ଲୁଟେରା। ସିସିଟିଭିରେ ପୂରା ଦୃଶ୍ୟ କଏଦ ହୋଇଛି। ଏପରି ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲାରେ। ଗତକାଲି ବିଳମ୍ବିତ ରାତିରେ କାମାକ୍ଷାନଗର ପୂର୍ତ୍ତ ବିଭାଗ ରାସ୍ତାର ଅଁଳାବେରେଣୀ ଥିବା ବ୍ୟାଙ୍କ ଅଫ୍‌ ବରୋଦାର ଏଟିଏମ ଭାଙ୍ଗି ଟଙ୍କା ପାଇସା ଲୁଟ ପାଇଁ ଆସିଥିଲେ ଦୁର୍ବୃତ୍ତ। ତାଲା ଭାଙ୍ଗି, ସିସିଟିଭିରେ କଲର ସ୍ପ୍ରେ କରି ଲୁଟ୍‌ କରିବା ପାଇଁ ଉଦ୍ୟମ କରିଥିଲେ ଲୁଟେରା। କିନ୍ତୁ ଏଟିଏମର ସଟରର ତାଲା ଖୋଲିନଥିଲା। ଫଳରେ ଲୁଟେରାଙ୍କ ଯୋଜନା ପଣ୍ଡ ହୋଇଥିଲା। ଲୁଟ୍‌ ନ କରିପାରି ଫେରିଯାଇଥିଲେ। ଆଜି ସକାଳେ ଘଟଣା ସମ୍ପର୍କରେ ଖବର ପାଇ ବ୍ୟାଙ୍କ ମ୍ୟାନେଜର ଓ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଥିଲେ ଓ ପୁଲିସକୁ ଖବର ଦେଇଥିଲେ। ତୁମୁସିଙ୍ଗା ପୁଲିସ ସିସିଟିଭି ଫୁଟେଜକୁ ଆଧାର କରି ଘଟଣାର ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!