Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୯ ଜଣ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ସେବା ନିବୃତ୍ତ ସମ୍ବର୍ଦ୍ଧନା ସଭା

by ସଞ୍ଜୟ ସ୍ୱାଇଁ
November 23, 2024
in Education, Nayagarh
୨୯ ଜଣ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ସେବା ନିବୃତ୍ତ ସମ୍ବର୍ଦ୍ଧନା ସଭା
207
VIEWS
Share on FacebookShare on Twitter

ରଣପୁର,(ବାଘୁଆବାର୍ତ୍ତା): ନୟଗଡ଼ ଜିଲ୍ଲା ରଣପୁର ବ୍ଲକର ବିଭିନ୍ନ ଶିକ୍ଷକ ସଙ୍ଘକୁ ନେଇ ଗଠିତ ହୋଇଥିବା ପ୍ରାଥମିକ ଶିକ୍ଷକ ସମନ୍ୱୟ ସମିତି ଆନୁକୂଲ୍ୟରେ ଆଜି ଏକ ସମୂହ ସେବା ନିବୃତ୍ତ ସମ୍ବର୍ଦ୍ଧନା ସଭା କାର‌୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଓଡିଶାର ବାଚସ୍ପତି ସୁରମା ପାଢ଼ୀ, ସମ୍ମାନିତ ଅତିଥି ଭାବେ ପୁରୀ ସାଂସଦ ପ୍ରତିନିଧି ପ୍ରିୟବ୍ରତ ପ୍ରହରାଜ, ରଣପୁର ବିଜ୍ଞାପିତ ପରିଷଦ ଅଧ୍ୟକ୍ଷା ରଙ୍ଗୀନ ମହାନ୍ତି, ବ୍ଲକ ଶିକ୍ଷା ଅଧିକାରୀଣୀ ବନଲତା ବେହେରା ପ୍ରମୁଖ ଯୋଗ ଦେଇଥିଲେ । ପୂର୍ବାହ୍ନରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଓ ବ୍ଲକ ଅଧ୍ୟକ୍ଷା ନିର୍ମଳା ବେହେରା ଯୋଗ ଦେଇଥିଲେ । ଅତିଥିଙ୍କୁ ସ୍ମୃତି ଫଳକ ପ୍ରଦାନ କରାଯାଇଥିଲା । ଏଥିରେ ଅବସର ନେଇଥିବା ୨୯ ଜଣ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ମାନପତ୍ର, ଉପଢୌକନ ଓ ପୁଷ୍ପଗୁଚ୍ଛ ପ୍ରଦାନ କରି ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା । ଅତିଥିବୃନ୍ଦ ଏହିଭଳି କାର‌୍ୟ୍ୟକ୍ରମ ପ୍ରତି ବର୍ଷ କରି ଶିକ୍ଷକମାନଙ୍କୁ ଉପଯୁକ୍ତ ସମ୍ମାନ ପ୍ରଦାନ କରିବା ପାଇଁ ପରାମର୍ଶ ଦେଇଥିଲେ । ଶିକ୍ଷକମାନେ ଶିକ୍ଷକ ଭବନ କାର‌୍ୟ୍ୟକୁ ସମ୍ପୂର୍ଣ କରିବା ପାଇଁ ବାଚସ୍ପତି ମହୋଦୟାଙ୍କୁ ନିବେଦନ କରିଥିଲେ । ଏହି କାର‌୍ୟ୍ୟକ୍ରମରେ ସମନ୍ୱୟ ଶିକ୍ଷକ ସମିତିର ସମସ୍ତ କର୍ମକର୍ତ୍ତାଙ୍କ ସହ ଶିକ୍ଷକ ଶିକ୍ଷୟତ୍ରୀମାନେ ଯୋଗ ଦେଇଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!