Tuesday, November 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମହାବିଦ୍ୟାଳୟରେ ତିଆରି ହେବ ସ୍ମାର୍ଟ କ୍ଲାସ୍ ରୁମ୍

by ସଞ୍ଜୟ ସ୍ୱାଇଁ
January 30, 2021
in Nayagarh, State
ମହାବିଦ୍ୟାଳୟରେ ତିଆରି ହେବ ସ୍ମାର୍ଟ କ୍ଲାସ୍ ରୁମ୍
522
VIEWS
Share on FacebookShare on Twitter

ଶୈକ୍ଷିକ ଭବନ ଭିତ୍ତି ପ୍ରସ୍ତର ସ୍ଥାପନ
ପୁରୁଣା ସ୍ମୃତି ମନ୍ଥନ କଲେ ରଣପୁର ବିଧାୟକ

ନୟାଗଡ଼, (ବାଘୁଆବାର୍ତ୍ତା) : ସ୍ୱୟଂ ଶାସିତ ମହାବିଦ୍ୟାଳୟର ଶୈକ୍ଷିକ ଭବନ ଭିତ୍ତି ପ୍ରସ୍ତର ସ୍ଥାପନ ନୟାଗଡ଼ ବିଧାୟକ ତଥା ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତି କରଣ, ମତ୍ସ୍ୟ ଓ ପ୍ରାଣୀ ସଂପଦ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ କରକମଳରେ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ତଥା ରଣପୁର ବିଧାୟକ ସତ୍ୟନାରାୟଣ ପ୍ରଧାନ ଯୋଗ ଦେଇଥିବା ବେଳେ ଅନ୍ୟତମ ଅତିଥି ଭାବେ ଜିଲ୍ଲାପାଳ ଡ. ପୋମା ଟୁଡୁ, ପୂର୍ତ୍ତ ନିର୍ବାହୀ ଯନ୍ତ୍ରୀ ପ୍ରମୋଦ କୁମାର ଧର ଯୋଗ ଦେଇଥିଲେ । ମହାବିଦ୍ୟାଳୟ ଅଧ୍ୟକ୍ଷ ସୁରେଶ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ନିର୍ବାହୀ ଯନ୍ତ୍ରୀ ଶ୍ରୀଯୁକ୍ତ ଧର ଏହି ଶୈକ୍ଷିକ ଭବନର ସଂମ୍ପର୍କରେ ବ୍ୟକ୍ତବ୍ୟ ଦେଇଥିଲେ । ୩୨ ହଜାର ସ୍କୋୟାର ଫୁଟ୍ ବିଶିଷ୍ଟ ନିର୍ମାଣ ହେବାକୁ ଥିବା ଏହି କୋଠ ପାଇଁ ୫ କୋଟି ୪୪ ଲକ୍ଷ ଟଙ୍କା ମଞ୍ଜୁର ହୋଇଥିବା ସୂଚନା ଦେଇଛନ୍ତି । ମହାବିଦ୍ୟାଳୟ ନିର୍ମାଣ ସମୟରେ ସ୍ମୃତି ମନ୍ଥନ କରି ରଣପୁର ବିଧାୟକ ପ୍ରଧାନ ଛାତ୍ରଛାତ୍ରୀଙ୍କୁ ପଠାପଢ଼ାକୁ ଗୁରୁତ୍ୱ ଦେବାକୁ ଉପଦେଶ ଦେଇଛନ୍ତି । ଛାତ୍ରଛାତ୍ରୀମାନେ ପାଠ୍ୟପୁସ୍ତକ ବ୍ୟତିତ ଅନ୍ୟାନ ବହି ଏବଂ ଖବରକାଗଜ ପାଠ କରିବାର ଆବଶ୍ୟକାତ ରହିଥିବା ମନ୍ତ୍ରୀ ଡ. ସାହୁ ତାଙ୍କ ବକ୍ତବ୍ୟରେ କହିଛନ୍ତି । ସେହିଭଳି ଭାବେ କୋଠାନିର୍ମାଣ ସହ ସ୍ମାର୍ଟ କ୍ଲାସ ରୁମ୍ ତିଆରି କରିବା ପାଇଁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି । କାର୍ଯ୍ୟକ୍ରମ ଶେଷରେ ଅଧ୍ୟାପକ ଲକ୍ଷ୍ମୀଧର ସାହୁ ଧନ୍ୟବାଦ ଅର୍ପଣ କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!