Sunday, September 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଖଣି ଅଧିକାରୀଙ୍କୁ ଘୋଷାଡି ଘୋଷାଡି ପିଟିଲେ ବାଲି ମାଫିଆ

by ସଞ୍ଜୟ ସ୍ୱାଇଁ
December 2, 2024
in Crime, State
ଖଣି ଅଧିକାରୀଙ୍କୁ ଘୋଷାଡି ଘୋଷାଡି ପିଟିଲେ ବାଲି ମାଫିଆ
99
VIEWS
Share on FacebookShare on Twitter

କେନ୍ଦୁଝର, (ବାଘୁଆବାର୍ତ୍ତା): ରାସ୍ତା ଉପରେ ଖଣି ଅଧିକାରୀଙ୍କ ସହ ଅନ୍ୟ କର୍ମଚାରୀଙ୍କୁ ଘୋଷାଡ଼ି ଘୋଷାଡ଼ି ପିଟିଲେ ବାଲି ମାଫିଆ। ବାଲି ମାଫିଆଙ୍କ ଆକ୍ରମଣରେ ଖଣି ଅଧିକାରୀ ଗୁରୁତର ଆହତ ହୋଇଛନ୍ତି। ଏପରି ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ଆନନ୍ଦପୁରରେ। ଖଣି ଅଧିକାରୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପ୍ରତ୍ୟେକ ଦିନ ଆନନ୍ଦପୁର ଉପଖଣ୍ଡର ବୈତରଣୀ, କୁଶେଇ ଓ ରେମାଳ ନଦୀର ବିଭିନ୍ନ ବାଲିଘାଟରୁ ଶହ ଶହ ଟ୍ରିପ୍ ବାଲି ମାଫିଆମାନେ ଚୋରାଚାଲାଣ କରିଥାନ୍ତି। ଗତକାଲି ମଧ୍ୟ ଚାଲାଣ କରାଯାଉଥିଲା। ଗତକାଲି ବିଳମ୍ବିତ ରାତିରେ ଖଣି ଅଧିକାରୀଙ୍କ ସହ ତାଙ୍କ ଟିମ୍ ଆସି ଚଢ଼ାଉ କରିଥିଲେ। ଏହି ସମୟରେ ବାଲି ମାଫିଆମାନେ ସେମାନଙ୍କୁ ଘେରି ଯାଇଥିଲେ। ଠେଙ୍ଗା, ଧାରୁଆ ଅସ୍ତ୍ର ଧରି ଆକ୍ରମଣ କରିଥିଲେ। ଖଣି ଅଧିକାରୀଙ୍କ ସମେତ ଅନ୍ୟ କର୍ମଚାରୀଙ୍କୁ ଘୋଷାଡ଼ି ଘୋଷାଡ଼ି ରାସ୍ତା ଉପରେ ମାଡ଼ ମାରିଥିଲେ। ଏଥିସହ ଗାଡ଼ି ଭଙ୍ଗାରୁଜା କରିଥିଲେ। ପରେ ସେହି ରାସ୍ତା ଦେଇ ଏକ ଆମ୍ବୁଲାନ୍ସ ସାଇରନ ମାରି ଆସିଥିଲା। ବାଲି ମାଫିଆ ମାନେ ପୁଲିସ ଗାଡ଼ି ଭାବି ସେଠାରୁ ଚମ୍ପଟ ମାରିଥିଲେ। ପରେ ଘସିପୁରା ପୁଲିସ ଯାଇ ଖଣି ଅଧିକାରୀ ସମେତ ଅନ୍ୟ କର୍ମଚାରୀଙ୍କୁ ଉଦ୍ଧାର କରିଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!