Sunday, September 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିପୁଳ ପରିମାଣର ନକଲି ବିଦେଶୀ ମଦ ଜବତ

by ସଞ୍ଜୟ ସ୍ୱାଇଁ
December 2, 2024
in Crime, State
ବିପୁଳ ପରିମାଣର ନକଲି ବିଦେଶୀ ମଦ ଜବତ
7
VIEWS
Share on FacebookShare on Twitter

ବୈପାରିଗୁଡା, (ବାଘୁଆବାର୍ତ୍ତା): ବୈପାରିଗୁଡାର ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗର ଚଢ଼ାଉ । ଏହି ଚଢାଉରେ ବିପୁଳ ପରମାଣର ନକଲି ବିଦେଶୀ ମଦ ଜବତ କରିବା ସହ ୫ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ଗିରଫ ୫ ଅଭିଯୁକ୍ତ କେନ୍ଦୁଗୁଡା ଗ୍ରାମର ଜଗୁ ଦୁରୁଆ,ଫାମ୍ପୁଣୀ ଗ୍ରାମର ଶୈଳେନ୍ଦ୍ର ବେହେରା ଏବଂ କୁନ୍ଦୁରା ଗ୍ରାମର ସୁଶାନ୍ତ ଜାନୀ,ତାଲୁର ଗ୍ରାମର ପକଲୁ ଦୁରୁଆ,ଏବଂ ଘୁମର ଗ୍ରାମର ଅନିଲ ପଟ୍ଟନାୟକ ବୋଲି ଜଣାପଡ଼ିଛି । କୋରାପୁଟ ଜିଲ୍ଲା ବୈପାରୀଗୁଡା ଅଞ୍ଚଳରେ ଏଭଳି ଘଟଣା ଘଟିଛି । ସୂଚନା ମୁତାବକ, ବୈପାରିଗୁଡାର ବିଭିନ୍ନ ସ୍ଥାନରେ ନକଲି ବିଦେଶୀ ମଦ କାରବାର ହେଉଥିବା ନେଇ ଅବକାରୀ ବିଭାଗ ଏକ ବିଶେଷ ସୂତ୍ରରୁ ଖବର ପାଇଥିଲା । ଖବର ପାଇ କୋରାପୁଟ ଅବକାରୀ ଅଧିକ୍ଷକ ଅରୁଣ କୁମାର ପାଢ଼ୀଙ୍କ ନିର୍ଦ୍ଦେଶକ୍ରମେ ନନ୍ଦପୁର ଅବକାରୀ ଇନ୍ସପେକ୍ଟର ଅନ୍ନପୂର୍ଣ୍ଣା ରଥ ଏବଂ ବୈପାରିଗୁଡା ଅବକାରୀ ଓଆଇସି ଭଗବାନ ମହାନନ୍ଦିଆଙ୍କ ନେତୃତ୍ୱରେ ଏହି ଚଢ଼ାଉ କରାଯାଇଛି । ବୈପାରିଗୁଡା ଅବକାରୀ ଥାନା ଅନ୍ତର୍ଗତ ଘୁମର, କେନ୍ଦୁଗୁଡା, ତାଲୁର ଗାଁରୁ ବିପୁଳ ପରିମାଣରେ ନକଲି ବିଦେଶୀ ମଦ ଜବତ କରାଯାଇଥିବା ବେଳେ ପାଞ୍ଚ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚଲାଣ କରାଯାଇଛି l

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!