ସମ୍ୱଲପୁର, (ବାଘୁଆବାର୍ତ୍ତା): ଧରାପଡିଲା ରଙ୍ଗିଲା ବାବା । ଆଶ୍ରମରେ ଯୁବତୀଙ୍କୁ ନିଶା ବଟିକା ଖୁଆଇ ଦୁଷ୍କର୍ମ ଅଭିଯୋଗରେ ବାବା ଗିରଫ । ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଥାନା ଅଞ୍ଚଳର ଜଣେ ଯୁବତୀକୁ ବୈଷ୍ଣୋବ ଝୁଲି ଆଶ୍ରମର ବାବା ପ୍ରଫୁଲ୍ଲ ମହଲା ଆଶ୍ରମରେ ନିଶା ବଟିକା ଦେଇ ଦୁଷ୍କର୍ମ କରିଥିବା ଅଭିଯୋଗ ପରେ ପୋଲିସ ଶୁକ୍ରବାର ବାବାକୁ ଗିରଫ କରିଛି । ସୂଚନାଥାଉକି, ଯୁବତୀଙ୍କ ଦେହ ବାରମ୍ବାର ଖରାପ ହେବା ସହ ଏସିଡିଟି ଥିବାରୁ ଉକ୍ତ ରୋଗର ଚିକିତ୍ସା ପାଇଁ ଗତ କିଛି ମାସ ହେବ ରେଢ଼ାଖୋଲ ଥାନା ଲୁହାପଙ୍କ ପଞ୍ଚାୟତ ଅନ୍ତର୍ଗତ ବୈଷ୍ଣୋବ ଝୁଲି ଆଶ୍ରମର ବାବା ପ୍ରଫୁଲ୍ଲ ମହଲାଙ୍କ ଆଶ୍ରମକୁ ଯାଇଥିଲେ । ସେଠାରେ ବାବାଙ୍କ ସହ କଥାବାର୍ତ୍ତା ହେବା ପରେ ବାବା କିଛି ଔଷଧ ଯୁବତୀଙ୍କୁ ଖାଇବାକୁ ଦେଇଥିଲେ । ମାସେ ପରେ ପୁଣିଥରେ ଆସି ଔଷଧ ନେବାକୁ କହିଥିଲେ । ହେଲେ ଯୁବତୀଙ୍କ ଘର ଦୂରରେ ଥିବାରୁ ସେ ଆସିନଥିଲେ । ଅନ୍ୟଦିନ ଯୁବତୀ ଜଣକ ଯାଇ ବାବାଙ୍କ ଆଶ୍ରମରେ ପହଞ୍ଚିଥିଲେ । ଏବଂ ବାବା ତାଙ୍କୁ ୪ ଟି ବଟିକା ଖାଇବାକୁ ଦେଇଥିଲେ ବଟିକା ଖାଇବାପରେ ଯୁବତୀ ଜଣଙ୍କ ଅଚେତ ହୋଇଯାଇଥିଲେ । ଅଚେତ ଅବସ୍ଥାରେ ଯୁବତୀକୁ ବାବା ଦୁଷ୍କର୍ମ କରିଥିଲେ । ପରେ ଯୁବତୀଙ୍କ ଚେତା ଫେରିବାରୁ ତାଙ୍କୁ ଏକ ଅଟୋରେ ବସାଇଦେଇଥିଲେ । ହେଲେ ଯୁବତୀ ଜଣଙ୍କ ରକ୍ତ ଜୁଡୁବୁଡୁ ହୋଇ ମୁର୍ମୁଷ ଅବସ୍ଥାରେ ମେଡିକାଲ ଛକରେ ପଡିରହିଥିଲେ । ଖବରପାଇ ମେଡିକାଲ କର୍ମଚାରୀ ତାଙ୍କୁ ଉଦ୍ଧାର କରି ଚିକିତ୍ସା କରିଥିଲେ । ସେପଟେ ଯୁବତୀଙ୍କ ପରିବାର ଲୋକେ ରେଢ଼ାଖୋଲ ଥାନାରେ ଅଭିଯୋଗ ପରେ ପୋଲିସ ଶୁକ୍ରବାର ବାବା ପ୍ରଫୁଲ୍ଲ ମହଲା କୁ ଆଶ୍ରମରୁ ଗିରଫ କରି ତଦନ୍ତ କରୁଥିବା ସୂଚନା ମିଳିଛି ।





