Tuesday, November 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପିକ୍‌ଅପ୍ ଭ୍ୟାନ୍ ଓଲଟି ୯ଜଣଙ୍କ ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
February 1, 2021
in Feature News
ପିକ୍‌ଅପ୍ ଭ୍ୟାନ୍ ଓଲଟି ୯ଜଣଙ୍କ ମୃତ୍ୟୁ
204
VIEWS
Share on FacebookShare on Twitter

କୋଟପାଡ,(ବାଘୁଆବାର୍ତ୍ତା): କୋରାପୁଟ ଜିଲ୍ଲା କୋଟପାଡ଼ ଥାନା ଅନ୍ତର୍ଗତ ମୂର୍ତ୍ତାହାଣ୍ଡି ପଞ୍ଚାୟତର ସିନ୍ଧିଗାଁ ନିକଟରେ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଭାରସାମ୍ୟ ‌ହରାଇ ଗୋଟିଏ ପିକ୍‌ଅପ୍ ଭ୍ୟାନ୍ ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ୯ଜଣଙ୍କ ମୃତ୍ୟୁ ହୋଇଛି। ୧୦ରୁ ଊର୍ଦ୍ଧ୍ବ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ପର୍ଯ୍ୟାୟକ୍ରମେ ଗୋଟିଏ ଆମ୍ବୁଲାନ୍ସରେ କୋଟପାଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଉଛି। ଅନ୍ଧାର ଯୋଗୁଁ ଉଦ୍ଧାର କାର୍ଯ୍ୟ ବିଳମ୍ବିତ ହେଉଥିବା ବେଳେ ସ୍ଥାନୀୟ ଲୋକ ଏବଂ ପୁଲିସ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ମୃତାହତଙ୍କ ସଂଖ୍ୟା ଆହୁରି ବଢ଼ିପାରେ ବୋଲି ଅନୁମାନ କରାଯାଉଛି। ସୀମାନ୍ତ ଛତିଶଗଡ଼ ରାଜ୍ୟର କୁଲଚା ଗାଁରୁ ଆଜି ୩୦ରୁ ଊର୍ଦ୍ଧ୍ବ ଜଣ ଗୋଟିଏ ପିକ୍‌ଅପ୍ ଭ୍ୟାନ (ସିଜି ୧୭କେୟୁ ୪୬୨୩) ଯୋଗେ କୋଟପାଡ଼ ବ୍ଲକର ସିନ୍ଧିଗାଁକୁ ଦଶାହ ଭୋଜିରେ ଯୋଗ ଦେବାକୁ ଆସିଥିଲେ। ସଂଧ୍ୟାରେ ପୁଣି ଗାଁକୁ ଫେରିବା ସମୟରେ ସିନ୍ଧିଗାଁ ଛକ ବୁଲାଣିରେ ଡ୍ରାଇଭର ନିୟନ୍ତ୍ରଣ ହରାଇଥିଲେ। ଯାହାଫଳରେ ଭ୍ୟାନଟି ନିୟନ୍ତ୍ରଣ ହରାଇ ଗୋଟିଏ ଜମି ମଧ୍ୟକୁ ଖସିପଡ଼ି ଓଲଟି ଯାଇଥିଲା। ଗାଡ଼ି ତଳେ ଚାପି ହୋଇ ଘଟଣାସ୍ଥଳରେ ହିଁ ୯ ଜଣଙ୍କ ମୃତ୍ୟୁ ହୋଇଯାଇଥିଲା। ଆଖପାଖ ଅଞ୍ଚଳର ଲୋକ ଦୁର୍ଘଟଣା ସଂପର୍କରେ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଖବର ପାଇ କୋଟପାଡ଼ ପୁଲିସ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟରେ ସହାୟତା କରିଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!