Saturday, September 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସରକାରୀ ଜାଗାରେ ଘର କରିବାକୁ ନେଇ ମହିଳାଙ୍କୁ ମରଣାତ୍ମକ ଆକ୍ରମଣ

by ସଞ୍ଜୟ ସ୍ୱାଇଁ
December 15, 2024
in Crime, State
ସରକାରୀ ଜାଗାରେ ଘର କରିବାକୁ ନେଇ ମହିଳାଙ୍କୁ ମରଣାତ୍ମକ ଆକ୍ରମଣ
50
VIEWS
Share on FacebookShare on Twitter

ଗଞ୍ଜାମ, (ବାଘୁଆବାର୍ତ୍ତା): ଜାଗା ସରକାରଙ୍କର । ମାଡି ବସି ଚାଷବାସ କରୁଥିଲେ ଜଣେ ମହିଳା । ତା’ ଉପରେ ପଡ଼ିଲା ତାଙ୍କ ଦେଢଶୁର ଓ ଦିଅରଙ୍କ ନଜର । ଉକ୍ତ ଜାଗାକୁ କବଜାକୁ ନେଇ ତିଆରି କରୁଥିଲେ ଘର । ପୂର୍ବରୁ ଜବରଦଖଲ କରିଥିବା ମହିଳା ବିରୋଧ କରିବାରୁ କଲେ ମରଣାନ୍ତକ ଆକ୍ରମଣ । ଏମିତି ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା ପୁଷ୍ପନଗର ଗାଁରେ । ମହିଳାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଅଛି । ତାଙ୍କୁ ପ୍ରଥମେ ଆସିକା ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଅଭିଯୋଗ ଅନୁସାରେ, ପୁଷ୍ପନଗର ଗାଁର ୩୨ ବର୍ଷୀୟା ମହିଳା ସୁନି ପାଢ଼ୀ ଏକ ସରକାରୀ ଜମିରେ ଚାଷ ବାସ କରୁଥିଲେ । ସେହି ଜାଗାରେ ମହିଳାଙ୍କ ଦେଢଶୁର ଓ ଦିଅର ଘର କରିବାରୁ ମହିଳା ବିରୋଧ କରିଥିଲେ । ଘଟଣାକୁ ନେଇ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ସହ ହାତାହାତି ହୋଇଥିଲେ । ମହିଳାଙ୍କ ଅଭିଯୋଗ ଅନୁସାରେ ତାଙ୍କ ଦିଅର ଓ ଦେଢ଼ଶୁର ସମେତ ୭ ଜଣ ମିଶି ତାଙ୍କ ଘରେ ପଶି କୁରାଢ଼ୀ, ଠେଙ୍ଗାବାଡି ଓ କୋଦାଳ ସାହାଯ୍ୟରେ ତାଙ୍କୁ ଆକ୍ରମଣ କରିଥିଲେ । ଏଥିରେ ମହିଳା ଜଣକ ଗୁରୁତର ଆହତ ହୋଇଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!