Tuesday, November 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଟକ-ପୁରୀ ବାଇପାସ୍‌ ରୋଡରେ ଏଲଇଡି ଷ୍ଟ୍ରିଟ ଲାଇଟ ବ୍ୟବସ୍ଥା ଲୋକାର୍ପିତ

by ସଞ୍ଜୟ ସ୍ୱାଇଁ
February 3, 2021
in Feature News
କଟକ-ପୁରୀ ବାଇପାସ୍‌ ରୋଡରେ ଏଲଇଡି ଷ୍ଟ୍ରିଟ ଲାଇଟ ବ୍ୟବସ୍ଥା ଲୋକାର୍ପିତ
155
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା):  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭୁବନେଶ୍ବରର ଟଙ୍କପାଣି ରୋଡସ୍ଥିତ ସାଇମନ୍ଦିର ଛକ ଠାରେ କଟକ-ପୁରୀ ବାଇପାସ୍‌ ରୋଡରେ ଏଲ୍‌ଇଡି ଷ୍ଟ୍ରିଟଲାଇଟ ଆଲୋକୀକରଣ ବ୍ୟବସ୍ଥାକୁ ଲୋକାର୍ପିତ କରିଛନ୍ତି । ଏହି ଆଲୋକୀକରଣ ବ୍ୟବସ୍ଥା ବାଇପାସ୍‌ ରୋଡର ପଳାଶୁଣୀ ଛକ ଠାରୁ ଲିଙ୍ଗିପୁର ଛକ ପର୍ଯ୍ୟନ୍ତ ୧୨ କିଲୋମିଟର ରାସ୍ତାରେ ଆଲୋକୀକରଣ କାର୍ଯ୍ୟକାରୀ କରାଯାଇଛି। ଏହାଦ୍ବାରା ବିଦ୍ୟୁତ ଶକ୍ତି ଖର୍ଚ୍ଚ କମିବା ସହିତ ଜନସାଧାରଣ ବିଶେଷକରି ଗାଡିଚାଳକ ଓ ପଥଚାରୀ ମାନଙ୍କ ଯାତାୟତ ଅଧିକ ନିରାପଦ ହେବ ଏବଂ ଉତ୍ତମ ଆଲୋକୀକରଣ ବ୍ୟବସ୍ଥା ଦ୍ବାରା ସଡକ ଦୁର୍ଘଟଣା କମିବା ସହିତ ଚୋରୀ ଓ ଲୁଟପାଟ ଭଳି ଅପରାଧିକ କାର୍ଯ୍ୟକଳାପ ମଧ୍ୟ କମିପାରିବ ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଥିଲେ। ସୂଚନାଯୋଗ୍ୟ ଯେ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଏଥିରେ ୩୮୭ଟି ଖୁଣ୍ଟିରେ ୧୨୦ ୱାଟ ବିଶିଷ୍ଟ ୭୭୪ଟି ଏଲ୍‌ଇଡି ଲାଇଟ ଲଗାଯାଇଛି ଏବଂ ଲିଙ୍ଗିପୁର, କେଶୁରା ଓ ପାଣ୍ଡରା ଠାରେ ୩ଟି ହାଇମାଷ୍ଟ ଲାଇଟ ଲଗାଯାଇଛି। ଏଥିପାଇଁ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ୨.୮୫ କୋଟି ଟଙ୍କା ବ୍ୟୟ କରାଯାଇଛି। ଭୁବନେଶ୍ବର ମହାନଗର ଅଞ୍ଚଳ ମଧ୍ୟରେ ନିଗମ ପକ୍ଷରୁ ଉଜ୍ଜଳ ଆଲୋକୀକରଣ କାର୍ଯ୍ୟକ୍ରମ ଜାରି ରହିଛି। ବର୍ତ୍ତମାନ ସହରର ବିଭିନ୍ନ ସ୍ଥାନରେ ୪୦ ହଜାରରୁ ଅଧିକ ଲାଇଟ ଲଗାଯାଇଛି। ଖୁବ୍‌ଶୀଘ୍ର ଅଧିକ ଆଲୋକୀକରଣ ପାଇଁ ଆଉ ୬.୭ କୋଟି ଟଙ୍କା ବିନିଯୋଗ କରାଯିବ। ଏହି କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ଓ ପାନୀୟ ଜଳ ତଥା ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା, ବି‌ଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଭୁବନେଶ୍ବର ମଧ୍ୟ ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା ଏବଂ ଭୁବନେଶ୍ବରର ଉତ୍ତର ବିଧାୟକ ଶ୍ରୀ ସୁଶାନ୍ତ କୁମାର ରାଉତ ପ୍ରମୁଖ ଯୋଗ ଦେଇଥିଲେ । ମ୍ୟୁନିସପାଲ ଆଡମିନିଷ୍ଟ୍ରେସନର ନିର୍ଦ୍ଦେଶକ ଶ୍ରୀ ସଂଗ୍ରାମଜିତ ନାୟକ ସ୍ବାଗତ ଭାଷଣ ଦେଇଥିଲେ ଏବଂ ମହାନଗର ନିଗମର କମିଶନର ଶ୍ରୀ ପ୍ରେମଚନ୍ଦ ଚୌଧୁରୀ ଧନ୍ୟବାଦ ଅର୍ପଣ କରିଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!