ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଆଜି ନବ ଉକ୍ରଳର ନିର୍ମାତା, ସ୍ୱତନ୍ତ୍ର ଓଡିଶା ପ୍ରଦେଶ ଗଠନର ପ୍ରମୁଖ ବିନ୍ଧାଣୀ ଉକ୍ରଳଗୋ÷÷ରବ ମଧୁସୂଦନ ଦାସଙ୍କ ଶ୍ରାଦ୍ଧ ଦିବସ ପାଳନ ପରିପ୍ରେକ୍ଷୀରେ ସକାଳେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଓଡିଶାର ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ସକାଳ ୮ଟା ୩୦ ମିନିଟ୍ ସମୟରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଭୁବନେଶ୍ୱର ରାଜ ଭବନଛକ ସ୍ଥିତ ଉକ୍ରଳଗୋ÷÷ରବ ମଧୁସୂଦନ ଦାସଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ପ୍ରଦାନ ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ କୃପାସିନ୍ଧୁ ମିଶ୍ର, ବିଭାଗୀୟ ନିର୍ଦ୍ଦେଶକ(ବୈ÷ଷୟିକ) ଶ୍ରୀ ନିରଞ୍ଜନ ସେଠୀ, ଓଡିଶା ରିଭ୍ୟୁ ଓ ଉକ୍ରଳ ପ୍ରସଙ୍ଗର ସମ୍ପାଦକ ଡଃ. ଲେନିନ୍ ମହାନ୍ତି, ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଡଃ.ପ୍ରମୋଦ କୁମାର ମଲ୍ଲିକ, ବିଭାଗୀୟ ଅନ୍ୟ ପଦାଧିକାରୀ ଏବଂ ନିମନ୍ତ୍ରିତ ଅତିଥିମାନେ ଯୋଗଦେଇ ଉକ୍ରଳଗୋ÷÷ରବଙ୍କ ପ୍ରତି ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ । ଏହି ଅବସରରେ ଏଠାରେ ଉକ୍ରଳ ସମ୍ମିଳନୀ ଏବଂ ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ପରିଷଦ ସମେତ ବିଭିନ୍ନ ଅନୁଷ୍ଠାନ ତରଫରୁ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା ।





