Saturday, September 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହାଟରେ ପଡିଛି ଅଧା ପୋଡ଼ା ମୃତଦେହ

by ସଞ୍ଜୟ ସ୍ୱାଇଁ
December 17, 2024
in Crime, State
ଠେଲା ଗାଡ଼ିରୁ ମିଳିଲା ମୃତଦେହ
21
VIEWS
Share on FacebookShare on Twitter

ମୟୂରଭଞ୍ଜ, (ବାଘୁଆବାର୍ତ୍ତା): ମୟୂରଭଞ୍ଜ ଜିଲ୍ଲା କେନ୍ଦୁଜିଆଣୀ ସାପ୍ତାହିକ ହାଟରେ ପଡିରହିଛି ଅଧା ପୋଡ଼ା ଅଜଣା ଶବ। କେହି ଦୁର୍ବୃତ୍ତ ହତ୍ୟା ପରେ ପୋଡି ଦେଇଥିବା ସନ୍ଦେହ କରାଯାଇଛି। ଘଟଣାସ୍ଥଳରେ ଠାକୁରମୁଣ୍ଡା ପୁଲିସ୍‌ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୟୂରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ଥାନା କେନ୍ଦୁଜିଆଣୀଠାରେ ଗତକାଲି ସାପ୍ତାହିକ ହାଟ ବସିଥିଲେ। ଉକ୍ତ ସମୟରେ ହାଟରେ ଲୋକଙ୍କ ଗହଳି ଥିବା ବେଳେ ସେମାନେ ଏକ ଅର୍ଦ୍ଧପୋଡ଼ା ମୃତଦେହ ଦେଖିବାକୁ ପାଇଥିଲେ। ମୃତ ବ୍ୟକ୍ତିଙ୍କ ପୋଡ଼ା ଶରୀର ହାଟ ପଡ଼ିଆରେ ପଡିରହିଥିବା ବେଳେ ମୃତକ ଜଣକ କିଏ ତାହା ଜଣା ପଡ଼ିନାହିଁ। ତାଙ୍କୁ କେହି ଧାନ ନଡ଼ା ଦେଇ ପୋଡି ଦେଇଥିବାରୁ ତାଙ୍କୁ ସ୍ଥାନୀୟ ଲୋକମାନେ ଚିହ୍ନଟ କରିପାରୁନାହାନ୍ତି। ତାଙ୍କ ଘର କେଉଁଠି ଓ ତାଙ୍କୁ କିଏ, କେଉଁଠି ହତ୍ୟା କରିଛି ତାହା ସ୍ପଷ୍ଟ ହୋଇପାରିନି। ଖବର ପାଇ ଠାକୁରମୁଣ୍ଡା ଥାନା ପୁଲିସ ପହଞ୍ଚି ତଦନ୍ତ କରିଥିବା ବେଳେ ଅଧିକ ତଦନ୍ତ ପାଇଁ ବାରିପଦାରୁ ସାଇଣ୍ଟିଫିକ ଟିମ୍‌ ଡକାଯାଇଛି । ସାଇଣ୍ଟିଫିକ୍ ଟିମ୍‌ ପହଞ୍ଚି ତଦନ୍ତ କରିବା ପରେ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯିବ । ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳି ଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!