Friday, September 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୪ ଯୁବକଙ୍କୁ ଖୁଣ୍ଟରେ ବାନ୍ଧି ପିଟିଲେ ବାପ ପୁଅ, ଜଣେ ମୃତ

by ସଞ୍ଜୟ ସ୍ୱାଇଁ
December 23, 2024
in Crime, State
୪ ଯୁବକଙ୍କୁ ଖୁଣ୍ଟରେ ବାନ୍ଧି ପିଟିଲେ ବାପ ପୁଅ, ଜଣେ ମୃତ
102
VIEWS
Share on FacebookShare on Twitter

ବାଲେଶ୍ୱର, (ବାଘୁଆବାର୍ତ୍ତା): ଚୋରି ସନ୍ଦେହରେ ବାପପୁଅ ପାଲଟିଗଲେ ଜହ୍ଲାଦ । ଘଟାଇଲେ ତାଲବାନୀ ବର୍ବରତା । ଗାଁର କିଛି ଯୁବକଙ୍କୁ ଉଠାଇ ଆଣି ଖୁଣ୍ଟରେ ବାନ୍ଧି ନିଷ୍ଣୁର ପିଟିଲେ। ସେମାନଙ୍କ ଚିତ୍କାର ବି ବାପପୁଅଙ୍କ ମନକୁ ତରଳାଇ ପାରିଲାନି। ଏପରି ଅତ୍ୟାଚାର ଅସହ୍ୟ ହେବାରୁ ଘଟଣାସ୍ଥଳରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ୩ ଜଣ ଏବେ ମେଡିକାଲ ବେଡରେ ଜୀବନମରଣ ସହ ସଂଘର୍ଷ କରୁଛନ୍ତି। ଏପରି ଏକ ସାଂଘାତିକ ଘଟଣା ଗତକାଲି ବାଲେଶ୍ୱର ଜିଲ୍ଲା ସିଂଲା ଥାନା ଅନ୍ତର୍ଗତ ସାର୍ଥା ଗ୍ରାମରେ ଘଟିଛି। ସାର୍ଥା ଗ୍ରାମର ଅଜୟ ଦାସଙ୍କ ଲୁଗା ଦୋକାନରୁ କିଛି ଦିନ ପୂର୍ବରୁ ତାଲା ଭାଙ୍ଗି ଚୋରି ହୋଇଥିଲା । ଏନେଇ ସେ ଥାନା ରେ ଅଭିଯୋଗ କରିଥିଲେ ମଧ୍ୟ ଚୋରମାନଙ୍କର କୌଣସି ସନ୍ଧାନ ମିଳି ନଥିଲା । ଗତକାଲି ଅଜୟ ଦାସ ଏବଂ ତାଙ୍କ ଦୁଇ ପୁଅ ତାଙ୍କ ଦୋକାନରୁ ଚୋରି କରିଥିବା ସନ୍ଦେହରେ ଗ୍ରାମର ତ୍ରୀଲୋଚନ ପ୍ରଧାନ, ସତିଶ ସିଂ, ଭାନୁ ପ୍ରଧାନ ଏବଂ ତପୁ ମହାନ୍ତିଙ୍କୁ ଘରୁ ଡାକି ଆଣିଥିଲେ। ଏହାପରେ ସେମାନେ ସମସ୍ତଙ୍କୁ ରାସ୍ତା ପାର୍ଶ୍ୱରେ ଥିବା ଇଲେକ୍ଟ୍ରି ଖୁଣ୍ଟି ରେ ବାନ୍ଧି ଲୁହା ରଡ ଓ କାଠ ଫାଳିଆରେ ନିସ୍ତୁକ ପିଟିଥିଲେ । ଛାଡ଼ିବାକୁ କାକୁତିମିନତି ହେଲେ ବି ସେମାନେ କିନ୍ତୁ କୌଣସି କଥାକୁ କର୍ଣ୍ଣପାତ କରି ନ ଥିଲେ। ପ୍ରବଳ ମାଡ଼ ଯୋଗୁ ଘଟଣାସ୍ଥଳରେ ତ୍ରିଲୋଚଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୩ ଜଣ ଗୁରୁତର ହୋଇ ହସପିଟାଲରେ ଭର୍ତ୍ତି ହୋଇଛନ୍ତି । ଘଟଣା ସ୍ଥଳରେ ଉତ୍ତେଜନା ପ୍ରକାଶ ପାଇ ଥିବା ବେଳେ ଅଭିଯୁକ୍ତ ଅଜୟ ଦାସ ଏବଂ ତାଙ୍କ ପୁଅକୁ ପୁଲିସ ଅଟକ ରଖିଛି । ମୃତକଙ୍କ ପରିବାରକୁ କ୍ଷତିପୂରଣ ସହ ସମସ୍ତ ଅଭିଯୁକ୍ତଙ୍କ ବିରୁଦ୍ଧରେ ଦୃଢ କାର‌୍ୟ୍ୟାନୁଷ୍ଠାନ ଦାବି କରିଛନ୍ତି ସମ୍ପର୍କୀୟ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!