Friday, September 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୦ ଘଣ୍ଟା ପରେ ଅପହୃତା ଯୁବତୀ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
December 23, 2024
in Crime, State
୧୦ ଘଣ୍ଟା ପରେ ଅପହୃତା ଯୁବତୀ ଉଦ୍ଧାର
179
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଗତ ରାତିରୁ ଅପହରଣ ହୋଇଥିବା ଯୁବତୀ ଆଜି ଉଦ୍ଧାର ହୋଇଛନ୍ତି। ଲୁମ୍ବିନୀ ବିହାର ଅଞ୍ଚଳରୁ ଅପହରଣ ହୋଇଥିବା ଯୁବତୀଙ୍କୁ ପ୍ରାୟ ୧୦ ଘଣ୍ଟା ପରେ ଭୁବନେଶ୍ୱର ଭିତରୁ ଉଦ୍ଧାର କରିଛି ପୁଲିସ୍‌। ଉଦ୍ଧାର ଯୁବତୀଙ୍କୁ ମୈତ୍ରିବିହାର ଥାନାରେ ପଚରାଉଚରା କରାଯାଉଛି। ତେବେ କିଏ ଓ କାହିଁକି ଏହି ଅପହରଣ କରିଥିଲା, ଏହା ପଛର କାରଣ କ’ଣ ତା’ ଉପରୁ ପରଦା ହଟି ପାରିନି। ଗତକାଲି ବିଳମ୍ବିତ ରାତି ପ୍ରାୟ ୧ଟା ୩୦ ବେଳେ ଜଣେ ଯୁବତୀ ନିଜ ପୁରୁଷ ବନ୍ଧୁଙ୍କ ସହ ଲୁମ୍ବିନୀ ବିହାର ଅଞ୍ଚଳରେ ଯାଉଥିଲେ। ଯୁବକଙ୍କ ଘର ନିଳାଦ୍ରି ବିହାର ଅଞ୍ଚଳରେ ହୋଇଥିବା ବେଳେ ଯୁବତୀଜଣକ ବି ଆଖପାଖ ଅଞ୍ଚଳରେ ରହୁଥିଲେ। ଉକ୍ତ ସମୟରେ ୪ ଯୁବକ ଏକ କାର୍‌ରେ ଆସି ଉଭୟଙ୍କୁ ଅଟକାଇଥିଲେ। ସେମାନେ ଯୁବତୀଙ୍କୁ ଟେକି ନେବାକୁ ଉଦ୍ୟମ କରିବା ବେଳେ ତାଙ୍କ ପୁରୁଷ ବନ୍ଧୁ ଏହାର ପ୍ରତିବାଦ କରିଥିଲେ। ଫଳରେ ସେମାନେ ତାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରି ଲହୁଲୁହାଣ କରିଥିଲେ। ଏହାପରେ ଯୁବତୀଙ୍କୁ ଅପହରଣ କରି ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିଲେ। ଯୁବତୀଙ୍କ ପୁରୁଷ ବନ୍ଧୁଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ପୁଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରିଥିବା ବେଳେ ସିସିଟିଭି ଫୁଟେଜ ଯାଞ୍ଚ କରିଥିଲା। ପ୍ରାୟ ୧୦ ଘଣ୍ଟା ପରେ ପୁଲିସ୍ ଉକ୍ତ ଯୁବତୀଙ୍କୁ ବରମୁଣ୍ଡା ଥାନା ଅଞ୍ଚଳରୁ ଉଦ୍ଧାର କରିଛି। ରାଜଧାନୀରେ ପୁଲିସ୍‌ର ଚେକିଂ, ବ୍ଲକିଂ କଡ଼ାକଡ଼ି ଚାଲିଥିବା ବେଳେ କିପରି ଏପରି ଅପରାଧିକ ଘଟଣାକୁ କାର୍ଯ୍ୟକାରୀ କରାଯାଉଛି, ତାହା ସମସ୍ତଙ୍କ ମନରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!