Friday, September 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାଙ୍ଗ ଦେଲା ବିଶ୍ୱାସରେ ବିଷ

by ସଞ୍ଜୟ ସ୍ୱାଇଁ
December 25, 2024
in Crime, State
ହାତଗୋଡ଼ ବାନ୍ଧି ଡାକ୍ତରଙ୍କ ଗଳା କାଟିଦେଲେ ଦୁର୍ବୃତ୍ତ
54
VIEWS
Share on FacebookShare on Twitter

କେନ୍ଦୁଝର, (ବାଘୁଆବାର୍ତ୍ତା): ସାଙ୍ଗ ଦେଲା ବିଶ୍ୱାସରେ ବିଷ। ରାତି ଅଧରେ ଘଟାଇଲା ନାରକୀୟ କାଣ୍ଡ। ସାଜିଲା ଘାତକ, ନେଇଗଲା ଜୀବନ । ଏପରି ଏକ କାଣ୍ଡ କେନ୍ଦୁଝର ଜିଲ୍ଲା ଯୋଡ଼ା ଥାନା ୬ ନଂ ୱାର୍ଡର ପାଚୁହାଟିଂରେ ଘଟିଛି। ମୃତକ ହେଲେ ପାଚୁହାଟିଂର ଭାଗବତ ବେଶ୍ରା। ଅଭିଯୁକ୍ତଜଣକ ହେଲେ ଦୁର୍ଗା ନାୟକ। ଗୁରୁତର ବ୍ୟକ୍ତି ଦଶରଥ କାରୁଆଙ୍କ ମୁଣ୍ଡ ଫାଟିବା ସହ ଦାନ୍ତ ଭାଙ୍ଗିଯାଇଛି । ଗତ ରାତି ପ୍ରାୟ ୮ ଟା ସମୟରେ ଏହି ଘଟଣା ଘଟିଛି । ହତ୍ୟାକାରୀ ସାଙ୍ଗ ଦୁର୍ଗା ନାଏକ ଫେରାର ହୋଇଯାଇଛି । ସୂଚନା ପାଇ ଯୋଡ଼ା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍ ଆରମ୍ଭ କରିଛି । ଅଧିକ ତଦନ୍ତ ପାଇଁ ସାଇଣ୍ଟିଫିକ୍ ଟିମକୁ ଡକାଯାଇଛି । ମୃତ ଭାଗବତଙ୍କ ସ୍ତ୍ରୀଙ୍କ କହିବା ଅନୁଯାୟୀ, ଉଭୟ ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ ଅଧିକାଂଶ ସମୟରେ ପାଟିତୁଣ୍ଡ ହୋଇଥାଏ । ଗତ ଦୁଇ ସପ୍ତାହ ତଳେ ଝଗଡା ହେବା ପରେ ସ୍ଵାମୀ ଭାଗବତ ଘରୁ ପଳାଇ ଆସି ଅଳ୍ପ କିଛି ଦୂରରେ ରହୁଥିବା ତାଙ୍କ ସାଙ୍ଗ ଦୁର୍ଗା ନାଏକଙ୍କ ଘରେ ରହିଆସୁଥିଲେ । ତେବେ ସକାଳୁ ଘର ଭିତରେ ଭାଗବତଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ପଡ଼ିଥିବା ଜାଣିବାକୁ ପାଇଥିଲେ । ଆହତ ଦଶରଥ କାରୁଆଙ୍କ କହିବା ଅନୁଯାୟୀ, ଗତକାଲି ସନ୍ଧ୍ୟାରେ ଦୁର୍ଗା ନାଏକ ମଦ ଆଣିବାକୁ ଯାଇଥିବା ବେଳେ ସେ ଏବଂ ଭାଗବତ ବେଶ୍ରା ରୋଷେଇ କରୁଥିଲେ । ପାଖାପାଖି ୮ ଟା ସମୟରେ ଦୁର୍ଗା ନିଶାରେ ଚୁର ହୋଇ ମଦ ନେଇ ଫେରିବା ପରେ ହଠାତ୍ ଏକ ହାତୁଡ଼ି ନେଇ ପ୍ରଥମେ ତାଙ୍କୁ ଆକ୍ରମଣ କରିଥିଲେ । ଏହାପରେ ଭାଗବତଙ୍କୁ ମଧ୍ୟ ଆକ୍ରମଣ କରିଥିଲା ଦୁର୍ଗା । ତେବେ ସେଠାରୁ ଜୀବନ ନେଇ ଖସି ପଳାଇବାକୁ ସକ୍ଷମ ହୋଇଥିଲେ ଦଶରଥ । ହତ୍ୟାକାରୀ ଅଭିଯୁକ୍ତ ଦୁର୍ଗା ନାଏକ ଫେରାର ହୋଇଯାଇଛି । ପ୍ରାୟ ୫ ବର୍ଷ ତଳେ ଦୁର୍ଗା ନିଜ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ଗିରଫ ହୋଇ ଜେଲ୍ ମଧ୍ୟ ଯାଇଥିଲେ । ବଡ଼ବିଲ ଆଡ଼ିସନାଲ ଏସପି ପ୍ରତ୍ୟୁଷ ମହାପାତ୍ର ଘଟଣା ସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି । ତେବେ ପ୍ରକୃତରେ କାଲି ରାତିରେ କ’ଣ ଘଟିଥିଲା । ହଠାତ୍ କାହିଁକି ଉତକ୍ଷିପ୍ତ ହୋଇ ଉଠିଲା ଦୁର୍ଗା । ଏସବୁକୁ ନେଇ ପୁଲିସ୍ ତଦନ୍ତ ଚଳାଇବା ସହ ଫେରାର ଅଭିଯୁକ୍ତ ଦୁର୍ଗା ନାଏକକୁ ଧରିବା ପାଇଁ ତନାଘନା ଚଳାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!