ଧରିତ୍ରୀ ଆବା ଜନଜାତୀୟ ଗ୍ରାମ ଉତ୍କର୍ଷ ଅଭିଯାନ
ନୟାଗଡ଼,(ବାଘୁଆବାର୍ତ୍ତା): ଅତିରିକ୍ତ ଜିଲ୍ଲାପାଳ ଦିଲିପ କୁମାର ବଳଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ସଦ୍ଭାବନା ସଭାଗୃହରେ ଧରିତ୍ରୀ ଆବା ଜନଜାତୀୟ ଗ୍ରାମ ଉତ୍କର୍ଷ ଅଭିଯାନର ଜିଲ୍ଲାସ୍ତରୀୟ ପରାମର୍ଶ ବୈଠକ “ମନ୍ଥନ ଶିବିର” ଅନୁଷ୍ଠିତ ହୋଇଥିଲା । ସର୍ବପ୍ରଥମେ ଜିଲ୍ଲା ମଙ୍ଗଳ ଅଧିକାରୀ ଦୟାନିଧି ନାୟକ ସମସ୍ତଙ୍କୁ ମନ୍ଥନ ଶିବିରକୁ ସ୍ୱାଗତ କରିବା ସହ ସୁଚିନ୍ତିତ ମତାମତ ପ୍ରଦାନ କରିବା ଲାଗି ବିଭାଗୀୟ ଅଧିକାରୀମାନଙ୍କୁ ଅନୁରୋଧ କରିଥିଲେ । ଧରିତ୍ରୀ ଆବା ଜନଜାତୀୟ ଗ୍ରାମ ଉତ୍କର୍ସ ଅଭିଯାନ ଅନ୍ତର୍ଗତ ନୟାଗଡ଼ ଜିଲ୍ଲାର ମୋଟ ୧୧୩ଟି ଅନୁସୂଚିତ ଜନଜାତି ବହୁଳ ଗ୍ରାମର ସର୍ବାଙ୍ଗୀନ ଉନ୍ନତି ନିମନ୍ତେ ଶିବିରରେ ଆଲୋଚନା କରାଗଲା । ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗର ଶ୍ରୀ ବିଶ୍ୱସ୍ୱରୁପ ସାହୁ, ଶ୍ୱେତା ମିଶ୍ର ଓ ଶ୍ରଦ୍ଧାଂଜଳି ହୋତା ଉପସ୍ଥିତ ରହି ଜିଲ୍ଲାସ୍ତରୀୟ ଅଧିକାରୀ ଏବଂ ମଣ୍ଡଳ ଉନ୍ନୟନ ଅଧିକାରୀ, ଦଶପଲ୍ଲା ଏବଂ ନୂଆଗାଁ, ମଙ୍ଗଳ ସଂପ୍ରସାରଣ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ ।






