Saturday, April 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରଣପୁର ମହୋତ୍ସବ  “ଅର୍ଜୁନ-୨୦୨୫” ଉଦଘାଟିତ

by ସଞ୍ଜୟ ସ୍ୱାଇଁ
January 6, 2025
in Breaking, Nayagarh
ରଣପୁର ମହୋତ୍ସବ  “ଅର୍ଜୁନ-୨୦୨୫” ଉଦଘାଟିତ
186
VIEWS
Share on FacebookShare on Twitter

ମନ ମୋହିଲା ପୁରୁଲିଆ ଛଉ ନୃତ୍ୟ ଓ ସୌରଭଙ୍କ ସଙ୍ଗୀତ

ରଣପୁର, (ବାଘୁଆବାର୍ତ୍ତା): ରଣପୁର କଳା ସଂସ୍କୃତି ଐତିହ୍ୟ ପରମ୍ପରା ଓ ଶହୀଦମାନଙ୍କ ବୀରତ୍ୱ ସ୍ମୃତି ସାଉଁଟିବା ପାଇଁ ୨୦୦୬ ମସିହାରୁ ରଣପୁର ମହୋତ୍ସବ ଅର୍ଜୁନ ଅନୁଷ୍ଠିତ ହୋଇଆସୁଥିବା ବେଳେ ପ୍ରତେକ ବର୍ଷ ଭଳି ଚଳିତ ବର୍ଷ ଆଜି ଠାରୁ ଆରମ୍ଭ ହୋଇଛି | ଏହି ମହୋତ୍ସବ ପାଞ୍ଚଦିନ ଧରି ଜାନୁଆରୀ ୫ ତାରିଖରୁ ୯ ତାରିଖ ପର୍ଯ୍ୟନ୍ତ ଚାଲିବ | ତେବେ ଓଡିଶା ଅନୁଷ୍ଠିତ ହେଉଥିବା ବିଭିନ୍ନ ମହୋତ୍ସବ ଭିତରୁ ଏହା ଅଭିନ୍ନ ହୋଇଥିବା ବେଳେ ରଣପୁର ମାଟିରେ ଶହୀଦ ହୋଇଥିବା ବିରଙ୍ଗନାମାନଙ୍କ ସ୍ମୃତି ଉଦ୍ଦେଶ୍ୟ ପାଳନ କରାଯାଉଥିବାରୁ ଅନ୍ୟ ଅଞ୍ଚଳରେ ପାଳନ କରାଯାଉଥିବା ମହୋତ୍ସବ ଅପେକ୍ଷା ଏହି ମହୋତ୍ସବର ଏକ ସ୍ୱତନ୍ତ୍ର ପରିଚୟ ରହିଛି |

୧୯୩୯ ମସିହାରେ ଜାନୁଆରୀ ୫ ତାରିଖରେ ବେଜେଲଗେଟ ଗୁଳିରେ ଅର୍ଜୁନ ରାଉତ ଶହୀଦ ହୋଇଥିଲେ | ପରେ ଉତ୍ୟକ୍ତ ଲୋକମାନେ ବାଉଁଶ ଠେଙ୍ଗାରେ ବେଜେଲଗେଟକୁ ବାଡେଇ ବାଡେଇ ହତ୍ୟା କରିଥିଲେ | ପରେ ବିହାରର ଭାଗଲପୁର ଜେଲରେ ରଘୁଦିବାକରଙ୍କ ଫାଶି ଦିଆ ଯାଇଥିଲା | ଏହି ଶହୀଦ ମାଟିରେ ବୀରମାନଙ୍କର ସ୍ମୃତିକୁ ମନେ ରଖିବା ପାଇଁ ୨୦୦୬ ମସିହା ଠାରୁ ରଣପୁରରେ ମହୋତ୍ସବ ହୋଇ ଆସୁଛି | ଆଜି ସକାଳ ୫ ଟାରେ ପ୍ରଭାତ ଫେରି ରାମଧ୍ୱନି ସହିତ ସକାଳ ୮ ଟାରେ ମା ମଣିନାଗ ମନ୍ଦିର ଠାରୁ ପଞ୍ଚୁଦୋଳ ପଡିଆ ପର୍ଯ୍ୟନ୍ତ ଗଣଦୌଡ଼ କରାଯାଇଥିଲା | ଗଣ ଦୌଡ଼ ପୂର୍ବରୁ ମା ମଣିନାଗଙ୍କ ନିକଟରେ ପୂଜାର୍ଚ୍ଚନା କରାଯାଇ ମହୋତ୍ସବର ଶୁଭାରମ୍ଭ କରାଯାଇଥିଲା | ଏହା ପରେ ଓଡିଶାର ବାଚସ୍ପତି ତଥା ରଣପୁର ବିଧାୟିକା ସୁରମା ପାଢ଼ୀ ପତାକା ଦେଖାଇ ଗଣ ଦୌଡ଼ ଆରମ୍ଭ କରିଥିଲେ |

ଏହି ଗଣ ଦୌଡ଼ରେ ଭାଗ ନେଇଥିବା ପିଲାମାନଙ୍କୁ ବାଚସ୍ପତି ମେଡାଲ ପ୍ରଦାନ କରି ପୁରସ୍କୃତ କରିଥିଲେ | ମଧ୍ୟାହ୍ନ ୧୨ ଘଟିକା ସମୟରେ ରଣପୁର ଅଞ୍ଚଳର ଶହୀଦ ମାଟିରୁ ଅଣାଯାଇଥିବା ମଶାଲକୁ ଧରି ରଣପୁର ପଞ୍ଚୁଦୋଳ ପଡିଆ ଠାରୁ ଶୋଭାଯାତ୍ରାରେ ମହୋତ୍ସବ ପଡିଆ ପର୍ଯ୍ୟନ୍ତ ଶୋଭାଯାତ୍ରା କରାଯାଇଥିଲା | ଏହା ପରେ ମଞ୍ଚ ପୂଜା କାର୍ଯ୍ୟକ୍ରମ କରାଯାଇ ବିଭିନ୍ନ ବିଦ୍ୟାଳୟ ତଥା ଅନୁଷ୍ଠାନରୁ ଆସିଥିବା କୁନି କୁନି କଳାକାରଙ୍କୁ ନେଇ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା | ସନ୍ଧ୍ୟା ୭ ଘଟିକା ସମୟରେ ଭାରତ ସରକାରଙ୍କ ପୁରଲିଆ ଛଉ ନୃତ୍ୟ ମାଧ୍ୟମରେ ମହିଷାସୁର ବଦ୍ଧ ପରିବେଷଣ କରାଯାଇଥିଲା | ଏହା ପରେ ଉଦଘାଟନୀ ଦିବସର ସଭାକାର୍ଯ୍ୟରେ ଅତିଥି ଭାବେ ପୁରୀ ସାଂସଦ ଡ଼. ସମ୍ବିତ ପାତ୍ର, ଖଣ୍ଡପଡା ବିଧାୟକ ଦୁଷ୍ମନ୍ତ ସ୍ୱାଇଁ, ନୟାଗଡ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ, ରଣପୁର ବିଜ୍ଞାପିତ ପରିଷଦ ଅଧ୍ୟକ୍ଷା ରଙ୍ଗୀନ ମହାନ୍ତି, ରଣପୁର ବିଜ୍ଞାପିତ ପରିଷଦର କାର୍ଯ୍ୟ ନିର୍ବାହୀ ଅଧିକାରୀ ରଞ୍ଜନ କୁମାର ଦାଶ ପ୍ରମୁଖ ଯୋଗ ଦେଇଥିଲେ |

ଓଡ଼ିଶାର ବାଚସ୍ପତି ସୁରମା ପାଢ଼ୀଙ୍କ ସଭାପତିତ୍ୱରେ ସଭାକାର୍ଯ୍ୟ ପରିଚାଳିତ ହୋଇଥିଲା | ସଙ୍ଗୀତ କଳା ବିଦ୍ୟା ନିକେତନର ଅଧ୍ୟକ୍ଷ ସତ୍ୟ ନାରାୟଣ ମହାପାତ୍ର ଓ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସଙ୍ଗୀତ ଗାନ କରାଯାଇଥିଲା | ଡ଼ ପ୍ରଶାନ୍ତ କୁମାର ମିଶ୍ର ଅତିଥି ପରିଚୟ ପ୍ରଦାନ କରିଥିଲେ | ମହାତ୍ସବକୁ ଶୃଙ୍ଖଳିତ କରିବା ପାଇଁ ବ୍ୟାପକ ପୋଲିସ ମୁତୟନ ହେବା ସହିତ ଶୃଙ୍ଖଳା ପାଇଁ କମିଟି ଗଠନ କରାଯାଇଛି |

ସତ୍ୟ ନାରାୟଣ ମହାପାତ୍ର ସାଂସ୍କୃତିକ ମଞ୍ଚ କାର୍ଯ୍ୟ ପରିଚାଳନା କରିଥିଲେ | ଉଦଘାଟନୀ ଦିବସର ଓଡିଶୀ ନୃତ୍ୟ, ପୁରୁଲିଆ ଛଉ ନୃତ୍ୟ, ସୁର ତାଲ କ୍ରି୍ଏଟିଭ ମେଲୋଡି ସହିତ ସୌରଭଙ୍କ ସଙ୍ଗୀତ ଦର୍ଶକଙ୍କ ମନ ମୋହିଥିଲା |

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

April 17, 2026
ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!