Friday, September 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସହଦେବ ନାୟକ ହତ୍ୟା ଘଟଣା, ତିନି ଅଟକ

by ସଞ୍ଜୟ ସ୍ୱାଇଁ
January 8, 2025
in Crime, State
ବୁଲ୍ଲିବାଇ ଆପ୍‌ ମାମଲା: ଝାରସୁଗୁଡାର ବ୍ରଜରାଜନଗରରୁ ଜଣେ ଯୁବକଙ୍କୁ ଗିରଫ କଲା ମୁମ୍ବାଇ କ୍ରାଇମ୍‌ ବ୍ରାଞ୍ଚ
199
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରସୁଲଗଡ଼ ଓଭରବ୍ରିଜ୍‌ରେ ସହଦେବ ନାୟକଙ୍କ ହତ୍ୟା ଘଟଣାରେ ଆକ୍ସନମୋଡରେ କମିଶନରେଟ୍‌ ପୋଲିସ । ହତ୍ୟାକାଣ୍ଡରେ ସାମିଲ ଥିବା ସନ୍ଦେହରେ ତିନି ଜଣ ଯୁବକଙ୍କୁ ଅଟକ ରଖି ଜେରା କରୁଛି ପୋଲିସ । ଏକ ଅଜ୍ଞାତ ସ୍ଥାନରେ ତିନି ଜଣଙ୍କୁ ରଖି ପଚରାଉଚରା କରୁଛି ପୋଲିସ । ସୂଚନାଯୋଗ୍ୟ ଯେ, ବୁଧବାର ସକାଳ ପ୍ରାୟ ୮ଟା ସମୟରେ ରସୁଲଗଡ଼ କେଦାରପଲ୍ଲୀ ବସ୍ତିର ସହଦେବ ନାୟକ ଏକ ନାଲି ରଙ୍ଗର ଜୁପିଟର ଯୋଗେ ଭିଏସ୍‌ଏସ୍‌ ନଗରରୁ ରସୁଲଗଡ଼ ପଟକୁ ଆସୁଥିଲେ । ଏହି ସମୟରେ କିଛି ଯୁବକ ଦୁଇଟି ବାଇକ୍‌ରେ ତାଙ୍କୁ ପିଛା କରିଥିଲେ । ଆଉ ଶେଷରେ ଜାତୀୟ ରାଜପଥର ବାଣୀବିହାର ଓଭରବ୍ରିଜ ଉପରେ ତାଙ୍କୁ ଅତର୍କିତ ଭାବେ ଖଣ୍ଡାରେ ଚୋଟ ମାରିଥିଲେ । ଫଳରେ ତାଙ୍କ ଶରୀରରୁ ମୁଣ୍ଡ ଅଲଗା ହୋଇଯାଇଥିଲା । ଏହି ହତ୍ୟାକାଣ୍ଡ ଘଟାଇବା ପରେ ଦୁର୍ବୃତ୍ତମାନେ ବାଇକ୍‌ ଯୋଗେ ଫେରାର ହୋଇଯାଇଥିଲେ । ହତ୍ୟାକାଣ୍ଡ ପରେ ଘଟଣାସ୍ଥଳରେ ଉପସ୍ଥିତ ଥିବା ସ୍ଥାନୀୟ ଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ଛାନ୍‌ଭିନ୍‌ ଆରମ୍ଭ କରିଥିଲା । ଏବେ ଏହି ବୀଭତ୍ସ ହତ୍ୟା ଘଟଣାରେ ପୋଲିସ ୩ ଜଣ ଯୁବକଙ୍କୁ ଏକ ଅଜ୍ଞାତ ସ୍ଥାନରେ ଅଟକ ରଖି ଜେରା କରୁଛି । ସେପଟେ ଆଇନ ମନ୍ତ୍ରୀ ଘଟଣାରେ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, କୌଣସି ଦୋଷୀଙ୍କୁ ଛଡାଯିବନାହିଁ । ପୋଲିସ ତଦନ୍ତ କରୁଛି, ତଦନ୍ତ କରି ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!