ନୟାଗଡ଼,(ବାଘୁଆବାର୍ତ୍ତା); ନୟାଗଡ଼ ବିଧାୟକ ତଥା ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତି କରଣ, ମତ୍ସ୍ୟ ଓ ପ୍ରାଣୀ ସଂପଦ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଆଜି ନୟାଗଡ଼ ପୈାରାଞ୍ଚଳରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ନିର୍ମାଣଧିନ ୧୦୦ ଶର୍ଯ୍ୟା ବିଶିଷ୍ଟ ଡାକ୍ତରଖାନା ଗୃହ କାର୍ଯ୍ୟକୁ ଦେଖିବା ସହ ନୟାଗଡ଼ ନୂଆ ବସଷ୍ଟାଣ୍ଡ ଏବଂ ବଲାଙ୍ଗୀବନ୍ଧ କାର୍ଯ୍ୟ ଅନୁଧ୍ୟାନ କରିଛନ୍ତି । ନୂଆ ବସଷ୍ଟାଣ୍ଡ କିଭଳି ଶୀଘ୍ର କାର୍ଯ୍ୟକ୍ଷମ ହେବ ସେ ନେଇ ମନ୍ତ୍ରୀ ପୂର୍ତ୍ତବିଭାଗ ସହ ଆଲୋଚନା କରିଛନ୍ତି । ଏହି ଗସ୍ତରେ ଜିଲ୍ଲାପାଳ ଡ. ପୋମା ଟୁଡୁ, ବନଖଣ୍ଡ ଅଧିକାରୀ ଧନରାଜ୍ ଏଚ୍.ଡି, ପୈାର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ଜେନା, ପୂର୍ତ୍ତ ଓ ବନବିଭାଗ କର୍ମଚାରୀମାନେ ଉପସ୍ଥିତ ଥିଲେ ।





