Sunday, June 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କ୍ରିକେଟ୍ ଖେଳରୁ ମହାଭାରତ

by ସଞ୍ଜୟ ସ୍ୱାଇଁ
January 13, 2025
in Sports, State
କ୍ରିକେଟ୍ ଖେଳରୁ ମହାଭାରତ
87
VIEWS
Share on FacebookShare on Twitter

ହିନ୍ଦୋଳ, (ବାଘୁଆବାର୍ତ୍ତା): କ୍ରିକେଟ ଖେଳରୁ ଗୋଷ୍ଠୀ ସଂଘର୍ଷ । ଢେଙ୍କାନାଳ ଜିଲ୍ଲା ରାସୋଳ ଥାନା ବେଡାପଡା ଗ୍ରାମରେ ହୋଇଛି ଗୋଷ୍ଠୀ ସଂଘର୍ଷ । ଘର ଭଙ୍ଗାରୁଜା ସାଙ୍ଗକୁ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ଦେଖାଦେଇଛି । ଏହି ବିବାଦରେ ରାକେଶ ପରିଡା ନାମକ ଜଣେ ଯୁବକ ଗୁରୁତର ହୋଇଥିବା ଜଣାପଡିଛି । ଗୁରୁତର ଯୁବକଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତରିତ କରାଯାଇଛି । ଖବର ଅନୁଯାୟୀ, ରବିବାର ବେଡ଼ାପଡ଼ା ଗାଁରେ ସୁବାସ ମେମୋରିଆଲ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହୋଇଥିଲା । ଫାଇନାଲ ମ୍ୟାଚ୍ ପରେ ଦୁଇ ଗୋଷ୍ଠୀ ମଧ୍ୟରେ କୌଣସି କଥାକୁ ନେଇ ବଚସା ହୋଇଥିଲା । ଏପିରିକି ରାତିରେ ମଧ୍ୟ ଉଭୟ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ଏହି ଗଣ୍ଡଗୋଳରେ ସ୍ଥାନୀୟ ସରପଞ୍ଚଙ୍କ ଭାଇ ରାକେଶ ପରିଡ଼ାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା । ପ୍ରଥମେ ରାକେଶଙ୍କୁ ଉଦ୍ଧାର କରି ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସେଠାରେ ଅବସ୍ଥା ଗୁରୁତର ଥିବାରୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ବିଳମ୍ବିତ ରାତି ପ୍ରାୟ ୧୦ଟା ୩୦ ସମୟରେ କଟକ ସ୍ଥାନାନ୍ତରିତ କରାଯାଇଛି । ସେପଟେ ବିବାଦ ପରେ ଗାଁରେ ରବିବାର ରାତିରେ ତିନି ପୋଲିସ ପ୍ଲାଟୁନ୍ ଫୋର୍ସ ମୁତୟନ କରାଯାଇଛି । ଆଗାମୀ ସମୟରେ କୌଣସି ଅପ୍ରୀତିକର ପରିସ୍ଥିତି କିପରି ନଉପୁଜେ । ସେଥିପାଇଁ ପ୍ରଶାସନ ପକ୍ଷରୁ କଠୋର ପଦକ୍ଷେପ ନିଆଯାଇଛି । ଏହାସହିତ ଗଣ୍ଡଗୋଳରେ ସାମିଲ ଥିବା କିଛି ଯୁବକଙ୍କୁ ଅଟକ ରଖି ଜେରା କରୁଥିବା ସୂଚନା ମିଳିଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!