ନୟାଗଡ଼ (ବାଘୁଆବାର୍ତ୍ତା): ନୟାଗଡ଼ ବ୍ଲକ୍ ସଭାଗୃହରେ ୮୦ ପ୍ରତିଶତରୁ ଉର୍ଦ୍ଧ୍ବ ଭିନ୍ନକ୍ଷମ ଓ ୮୦ ବର୍ଷରୁ ଉର୍ଦ୍ଧ୍ବ ବୟସ୍କ ବ୍ୟକ୍ତିଙ୍କୁ ବର୍ଦ୍ଧିତ ଭତ୍ତା ବଣ୍ଟନ ଶୁଭାରମ୍ଭ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ, ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ପୌର ପରିଷଦ ଅଧ୍ୟକ୍ଷା ନିରୁପମା ଖଟେଇ, ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ, ଅତିରିକ୍ତ ଜିଲ୍ଲାପାଳ ଦିଲ୍ଲୀପ କୁମାର ବଳ, ବିଡିଓ ରାଜେଶ କେଶରୀ ସ୍ବାଇଁ ପ୍ରମୁଖ ଯୋଗ ଦେଇଥିଲେ। ଜିଲ୍ଲା ପରିଷଦ ଅଧ୍ୟକ୍ଷ ବୟସ୍କ ବ୍ୟକ୍ତିଙ୍କ ପାଇଁ ବର୍ଦ୍ଧିତ ଭତ୍ତା ପ୍ରଦାନ ବେଶ୍ ସହାୟକ ହେବ ବୋଲି କହିଥିଲେ। ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଆଦିପତି କହଁର ପରିଚାଳନା କରିଥିଲେ। ନୟାଗଡ଼ ବ୍ଲକ ଓ ସାମାଜିକ ସୁରକ୍ଷା ବିଭାଗର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ।





