Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଉଦ୍ଘାଟିତ ହେଲା ସିରିୟସ୍ ଜୋନ୍ ର ନାଟକ ମହୋତ୍ସବ

by ସଞ୍ଜୟ ସ୍ୱାଇଁ
January 17, 2025
in Nayagarh, State
ଉଦ୍ଘାଟିତ ହେଲା ସିରିୟସ୍ ଜୋନ୍ ର ନାଟକ ମହୋତ୍ସବ
208
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ସ୍ଥାନୀୟ ପଠାଣି ସାମନ୍ତ ଅଡିଟୋରିୟମ ଠାରେ ଆରମ୍ଭ ହେଲା ନାଟକ ମହୋତ୍ସବ। ନୟାଗଡ଼ର ଅନନ୍ଯ ନାଟ୍ୟାନୁଷ୍ଠାନ ସିରିୟସ୍ ଜୋନ୍ ଦ୍ବାରା ଆୟୋଜିତ ନାଟକ ମହୋତ୍ସବର ଉଦ୍ଘାଟନୀ ସଂଧ୍ୟାରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଦିଲ୍ଲୀପ କୁମାର ବଳ, ସମ୍ମାନିତ ଅତିଥି ଭାବେ ବିଶିଷ୍ଟ ଗାଳ୍ପିକ ଇଂ ଅଜୟ ମହାପାତ୍ର ପ୍ରମୁଖ ଉପସ୍ଥିତ ରହି, ନାଟକ ସମାଜକୁ ସଠିକ୍ ଦିଗଦର୍ଶନ ଦେବାରେ ସହାୟକ ହୁଏ ବୋଲି ମତ ରଖିଥିଲେ। ଏହି ଅବସରରେ ବହୁ ଚର୍ଚ୍ଚିତ ନାଟକ ବାଞ୍ଝ ମଞ୍ଚସ୍ଥ ହୋଇଥିଲା।

ଇଂ ଅଜୟ ମହାପାତ୍ରଙ୍କ ଲିଖିତ ଏହି ଗପକୁ ନାଟ୍ଯରୂପ ଦେଇଥିଲେ କୈଳାସ ଚନ୍ଦ୍ର ଓଝା ଓ ନିର୍ଦ୍ଦେଶନା ଦେଇଥିଲେ ଶ୍ରୀଯୁକ୍ତ ଯାମିନୀକାନ୍ତ ମିଶ୍ର। ସାମାଜିକ ରୀତିନୀତି ବ୍ଯବସ୍ଥା, ବିଚାରବୋଧ ଆଧାରିତ ଏହି ସଂସ୍ଥାରଧର୍ମୀ ନାଟକ ବାଞ୍ଝର ସହ ନିର୍ଦେଶନା ଦାୟିତ୍ବରେ ଶ୍ରୀଯୁକ୍ତ ପ୍ରଶାନ୍ତ ସାମନ୍ତରାୟ ଥିଲାବେଳେ ଅଭିନୟରେ ଯାମିନୀ, ପବିତ୍ର, ରାମ, କମଳ, ଗତିକୃଷ୍ଣ, ଅମ୍ଲାନ, ଶିବାନୀ, ସୋନାଲି ଓ ଧରିତ୍ରୀ ଅଭିନୟ କରିଥିଲେ। ସଫଳତାର ସହ ନବମ ଥର ପାଇଁ ମଞ୍ଚସ୍ଥ ହୋଇଥିବା ଏହି ନାଟକ ଉଦ୍ଘାଟନୀ ସଂଧ୍ୟାରେ ଖୁବ୍ ଭଲପାଇବା ସାଉଁଟିଥିଲା। ବହୁ ସଂଖ୍ୟକ ଦର୍ଶକ ଶେଷ ପର୍ଯ୍ୟନ୍ତ ଉପସ୍ଥିତ ରହି ନାଟକକୁ ଉପଭୋଗ କରିବା ସହିତ କଳାକାରମାନଙ୍କୁ କରତାଳି ଦେଇ ଉତ୍ସାହିତ କରିଥିଲେ। ସିରିୟସ୍ ଜୋନ୍ ର ଏହି ପ୍ରୟାସକୁ ନାଟ୍ଯପ୍ରେମୀମାନେ ଖୁବ୍ ପ୍ରଶଂସା କରିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!