Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହସ୍ପିଟାଲ ଯାଉଥିଲେ ଚାଲିଗଲା ବାପା, ଝିଅଙ୍କ ଜୀବନ

by ସଞ୍ଜୟ ସ୍ୱାଇଁ
January 18, 2025
in Accident, State
ହସ୍ପିଟାଲ ଯାଉଥିଲେ ଚାଲିଗଲା ବାପା, ଝିଅଙ୍କ ଜୀବନ
36
VIEWS
Share on FacebookShare on Twitter

ନାରାୟଣପାଟଣା, (ବାଘୁଆବାର୍ତ୍ତା): ହସ୍ପିଟାଲ ଯାଉଥିଲେ ଚିକିତ୍ସା କରି । ବାଟରେ ଚାଲିଗଲା ବାପା ଓ ଝିଅଙ୍କ ଜୀବନ । ଆନ୍ଧ୍ରପ୍ରଦେଶର ବିଜୟନଗର ଜିଲ୍ଲା ଗଜପତି ନଗର ନିକଟରେ ନିରୁକୋଣ୍ଡାରେ ଘଟିଛି ଦୁର୍ଘଟଣା । ପ୍ରାୟ ୩୦ ରୋଗୀଙ୍କୁ ନେଇ ବିଶାଖାପାଟଣା ସ୍ଥିତ ଅନିଲ ନିରୁକୋଣ୍ଡା ହସ୍ପିଟାଲକୁ ଚିକିତ୍ସା ପାଇଁ ଯାଉଥିବା ବସ୍‌ଟି ଏକ ଟ୍ରକ୍‌ ସହିତ ଧକ୍କା ହୋଇ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ମାଲକାନଗିରି ଜିଲ୍ଲା ପଡ଼ିଆ ଥାନାସ୍ଥ ଏମଭି ୫୮ ଗ୍ରାମର ସୁବ୍ରତ ରାୟ ଏବଂ ତାଙ୍କ ସାନ ଝିଅଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ଏହା ସହିତ ୨୦ ରୁ ଉର୍ଦ୍ଧ୍ୱ ବ୍ୟକ୍ତି ଆହତ ହୋଇଥିବାର ଜଣାପଡିଛି । ମୃତ ସୁବ୍ରତ ରାୟ ବିଜେପି ଦଳର ଏମଭି ୫୮ ଗ୍ରାମର ବୁଥ୍‌ର ସଭାପତି ଥିଲେ ଏବଂ ପଡ଼ିଆ ମଣ୍ଡଳର ଭାଜପା ଯୁବ ନେତା ଥିଲେ । ସୂଚନା ଥାଉକି, ବସ୍‌ଟି ଶୁକ୍ରାବାର ରାତିରେ ମାଲକାନଗିରି ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ପ୍ରାୟ ୩୦ ରୋଗୀଙ୍କୁ ବିଶାଖାପାଟଣା ସ୍ଥିତ ଅନିଲ ନିରୁକୋଣ୍ଡା ହସ୍ପିଟାଲରେ ଚିକିତ୍ସା ପାଇଁ ନେଇ ଯାଉଥିଲା । ରାସ୍ତାରେ ଯାଉଥିବା ବେଳେ ସାମ୍ନାରେ ଏକ ଟ୍ରକ୍‌ ଖରାପ ହୋଇ ଛିଡା ହୋଇଥିଲା। କୁହୁଡି ଯୋଗୁଁ ବସ୍‌ ଚାଳକ ଟ୍ରକ୍‌କୁ ଦେଖି ପାରି ନଥିଲେ । ଫଳରେ ବସ୍‌ଟି ଉକ୍ତ ଟ୍ରକ୍‌କୁ ଧକ୍କା ହୋଇଥିଲା । ଦୁର୍ଘଟଣା ଘଟିବା ଫଳରେ ୨୦ରୁ ଉର୍ଦ୍ଧ୍ୱ ବ୍ୟକ୍ତି ଆହାତ ହୋଇଥିବା ବେଳେ ସୁବ୍ରତ ରାୟ ନାମକ ବ୍ୟକ୍ତି ଏବଂ ତାଙ୍କ ସାନ ଝିଅ ପ୍ରାଣ ହରାଇଥିଲେ । ଏହା ଦେଖି ସ୍ଥାନୀୟ ଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!