Wednesday, September 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଧନୁଯାତ୍ରା ଦେଖିବାକୁ ଯାଇ ବଳାତ୍କାର ଘଟଣା, ଅଭିଯୁକ୍ତ ଗିରଫ

by ସଞ୍ଜୟ ସ୍ୱାଇଁ
January 21, 2025
in Crime, State
ଧନୁଯାତ୍ରା ଦେଖିବାକୁ ଯାଇ ବଳାତ୍କାର ଘଟଣା, ଅଭିଯୁକ୍ତ ଗିରଫ
96
VIEWS
Share on FacebookShare on Twitter

ବରଗଡ, (ବାଘୁଆବାର୍ତ୍ତା): ବରଗଡ ଧନୁଯାତ୍ରା ଦେଖିବାକୁ ଯାଇ ଯୁବତୀଙ୍କୁ ବଳାତ୍କାର କରିବା ଘଟଣାକୁ ନେଇ ଆସିଲା ବଡ଼ ଖବର। ମୁଖ୍ୟ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ। ମୁଖ୍ୟ ଅଭିଯୁକ୍ତ ରାକେଶ ଡନସେନାକୁ ଗିରଫ କଲା ପୋଲିସ। ଟିଟିଲାଗଡ଼ ରେଲୱେ ଷ୍ଟେସନରୁ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଏନେଇ ସୂଚନା ଦେଇଛନ୍ତି ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ। କହିରଖୁଛୁ କି, ଆଜି ମୁଖ୍ୟ ଅଭିଯୁକ୍ତକୁ ଧରିବା ଦାବିରେ ବରଗଡ଼ ବନ୍ଦ ହୋଇଥିଲା। ପ୍ରକାଶ ଯେ, ପୀଡ଼ିତା ଗତ ୧୨ତାରିଖରେ ବରଗଡ଼ ଧନୁଯାତ୍ରା ଦେଖିବାକୁ ଆସିଥିଲେ, କିନ୍ତୁ ଆଉ ଘରକୁ ଫେରି ନଥିଲେ। ପରିବାର ଲୋକେ ତାଙ୍କ ମୋବାଇଲକୁ ଫୋନ୍‌ କରିବାରୁ ପୀଡ଼ିତାଙ୍କ ଫୋନ୍‌ ସୁଇଚ୍‌ ଅଫ୍‌ ଥିଲା। ଫଳରେ ସେମାନେ ବହୁ ଖୋଜାଖୋଜି କରିଥିଲେ ମଧ୍ୟ ପୀଡ଼ିତାଙ୍କ ପତ୍ତା ମିଳି ନଥିଲା। ଅନ୍ୟପଟେ କିଛି ସମୟ ପରେ ପୀଡ଼ିତାଙ୍କ ନମ୍ବରରୁ ତାଙ୍କ ପରିବାରଙ୍କ ଅନ୍ୟଜଣେ ସଦସ୍ୟଙ୍କୁ କେହିଜଣେ ଫୋନ କରିଥିଲେ ଏବଂ ଯୁବତୀ ଜଣକ କୁର୍ଲା ଜଙ୍ଗଲରେ ପଡ଼ିଥିବା ସୂଚନା ଦେଇଥିଲେ। ଅପରପକ୍ଷେ ମଙ୍ଗଳବାର ସକାଳେ ଯୁବତୀ ଜଣକ କୁର୍ଲା ଜଙ୍ଗଲ ଭିତରେ ପଡ଼ିଥିବା ନେଇ ଜଣେ ଯୁବକ ଫୋନ କରିଥିଲେ। ତାଙ୍କ ସୂଚନାକୁ ଆଧାର କରି ପରିବାର ଲୋକେ ଘଟଣାସ୍ଥଳରୁ ଯୁବତୀଙ୍କୁ ଉଦ୍ଧାର କରି ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାକୁ ଆଣିଥିବା କହିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!