Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭୟଙ୍କର ସଡ଼କ ଦୁର୍ଘଟଣାରେ ଟ୍ରକ୍ ଚୂରମାର, ୧୦ ମୃତ

by ସଞ୍ଜୟ ସ୍ୱାଇଁ
January 22, 2025
in Accident
ଚଢ଼ିଗଲା ହାଇୱା
138
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): କର୍ଣ୍ଣାଟକର ଉତ୍ତର କନ୍ନଡ ଜିଲ୍ଲାର ୟାଲାପୁରା ହାଇୱେରେ ଭୟଙ୍କର ସଡ଼କ ଦୁର୍ଘଟଣା । ଗୁଲାପୁରାରେ, ପନିପରିବା ବୋଝେଇ ଏକ ଟ୍ରକ୍ ନିୟନ୍ତ୍ରଣ ହରାଇ ଏକ ଟ୍ରିପର ସହିତ ଧକ୍କା ଦେଇଥିଲା । ଯାହା ଫଳରେ ଟ୍ରକଟି ଭାଙ୍ଗି ରୁଜି ଚୂରମାର୍ ହୋଇଯାଇଛି । ଏହି ଦୁର୍ଘଟଣାରେ ୧୦ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୧୫ ଜଣ ଆହତ ହୋଇଛନ୍ତି । ଏହି ଦୁର୍ଘଟଣାଟି ସକାଳ ପ୍ରାୟ ୪ଟା ସମୟରେ ଘଟିଥିଲା। ଜଣେ ପୋଲିସ ଅଧିକାରୀ କହିଛନ୍ତି ଯେ ବୁଧବାର ପ୍ରତ୍ୟୁଷରେ ଯାତ୍ରା କରୁଥିବା ପନିପରିବା ଟ୍ରକଟି ୫୦ ମିଟର ଗଭୀର ଖାଇରେ ଖସି ପଡ଼ିଥିଲା। ମୃତକମାନେ, ସମସ୍ତେ ଫଳ ବ୍ୟବସାୟୀ । ସାଭାନୁରରୁ ଫଳ ବିକ୍ରୟ କରିବା ପାଇଁ ୟାଲାପୁରା ମେଳା ଅଭିମୁଖେ ଯାଉଥିଲେ । ଉତ୍ତର କନ୍ନଡ ପୋଲିସ ସୁପରିଣ୍ଟେଣ୍ଡେଣ୍ଟ ଏମ ନାରାୟଣ କହିଛନ୍ତି ଯେ ସେମାନେ ସାଭାନୁର-ହୁବଲି ରାସ୍ତାରେ ଯାତ୍ରା କରୁଥିଲେ । ଯାହା ଜଣାପଡିଛି ଏକ ଜଙ୍ଗଲ ଅଞ୍ଚଳରେ ଦୁର୍ଘଟଣା ଘଟିଛି । ନାରାୟଣ କହିଛନ୍ତି, ‘ପ୍ରାୟ ସକାଳ ୪ଟାରେ, ଟ୍ରକ୍ ଡ୍ରାଇଭର ଅନ୍ୟ ଏକ ଗାଡ଼ିକୁ ସାଇଡ୍ ଦେବା ସମୟରେ ବାମ ପାର୍ଶ୍ୱକୁ ମୋଡ଼ିଦେଇଥିଲେ । ଫଳରେ ଭାରସାମ୍ୟ ହରାଇ ପ୍ରାୟ ୫୦ ମିଟର ଗଭୀର ଘାଟିରେ ପଡ଼ିଗଲେ । ଘଟଣାସ୍ଥଳରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିଲା ଏବଂ ୧୫ ଜଣ ଗୁରୁତର ଆହତ ହୋଇଥିଲେ । ଆହତମାନଙ୍କୁ ହୁବଲିର KIMS ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!