Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

‘ସମନ୍ୱିତ କୃଷି ପ୍ରଣାଳୀ ଚାଷୀଙ୍କ ଆୟକୁ ବହୁ ଗୁଣିତ କରୁଛି’

by ସଞ୍ଜୟ ସ୍ୱାଇଁ
January 22, 2025
in Nayagarh, State
‘ସମନ୍ୱିତ କୃଷି ପ୍ରଣାଳୀ ଚାଷୀଙ୍କ ଆୟକୁ ବହୁ ଗୁଣିତ କରୁଛି’
242
VIEWS
Share on FacebookShare on Twitter

ବ୍ରଜବଲ୍ଲଭପୁର ଓ ନାଟୁଗାଁରେ ଜଳ ବିଭାଜିକା ଯାତ୍ରା

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରେ ମୃତ୍ତିକା ସଂରକ୍ଷଣ ଓ ଜଳ ବିଭାଜିକା ଦ୍ୱାରା ସଦରବ୍ଲକ ଘଡ଼ୁଆଳ ପଞ୍ଚାୟତ ବ୍ରଜବଲ୍ଲଭପୁର ଗାଁରେ ଜଳ ବିଭାଜିକା ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଯୋଗ ଦେଇଥିଲେ । ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ କାଳୀଚରଣ ବେହେରା ଉପସ୍ଥିତ ରହିଥିଲେ । ମୁଖ୍ୟ ଅତିଥି ତାଙ୍କ ବକ୍ତବ୍ୟରେ ଜଳ ବିଭାଜିକା ମାଧ୍ୟମରେ କ୍ଷେତ ପୋଖରୀ ଖନନ ଦ୍ୱାରା ଭୂତଳ ଜଳସ୍ତର ବୃଦ୍ଧି ପାଉଥିବା କହିଥିଲେ । ତତସହିତ ଚାଷୀମାନଙ୍କ ଆୟ ସମନ୍ୱିତ କୃଷି ପ୍ରଣାଳୀ ମାଧ୍ୟମରେ ବହୁ ଗୁଣିତ ହେଉଥିବା କହିଥିଲେ ।

ଜୈବିକ ପଦ୍ଧତୀରେ ଫସଲ କରି ଆମେ ଖାଇବାକୁ ଗୁରୁତ୍ୱ ଦେଇଥିଲେ । ସମ୍ମାନିତ ଅତିଥି ଶ୍ରୀଯୁକ୍ତ ପଟ୍ଟନାୟକ ତାଙ୍କ ବକ୍ତବ୍ୟରେ ଜଳ ବିଭାଜିକା ଏକ ଚାଷ କ୍ଷେତ୍ରରେ ଆନ୍ଦୋଳନରେ ପରିଣତ ହୋଇଥିବା କହିଥିଲେ । ଚାଷୀଙ୍କୁ ସ୍ୱାବଲମ୍ବୀ କରିବାକୁ ସେ ଗୁରୁତ୍ୱ ଦେଇଥିଲେ । ଏହି ଅବସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅନୁଷ୍ଠିତ ପ୍ରତିଯୋଗୀତାରେ କୃତ୍ତିତ୍ୱ ଅର୍ଜ୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା । ସେହିଭଳି ଭାବେ ବିଭିନ୍ନ ସ୍ଥାନରେ ରହିଥିବା ଅଣୁ ଜଳବିଭାଜିକା କାର୍ଯ୍ୟକର୍ତ୍ତାଙ୍କୁ ଅତିଥିଙ୍କ ଦ୍ୱାରା ସମ୍ବର୍ଦ୍ଧିତ କରାଯାଇଥିଲା । କାର୍ଯ୍ୟକ୍ରମ ସ୍ଥାନରେ ବୃକ୍ଷରୋପଣ କରାଯାଇଥିଲା । ସେହିଭଳି ଭାବେ ନାଟୁଗାଁଠାରେ ମଧ୍ୟ ଜଳ ବିଭାଜିକା ଯାତ୍ରା ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ସଦସ୍ୟ ସୁବାଷ ଚନ୍ଦ୍ର କହଁର, ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ସୈାମ୍ୟ ରଞ୍ଜନ ଶତପଥି ଉପସ୍ଥିତ ରହିଥିଲେ । ଉଭୟ କାର୍ଯ୍ୟକ୍ରମରେ ଶତାଧିକ ଚାଷୀ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉତ୍ସାହିତ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!