Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜଧାନୀରେ ସିରିଜ୍ ଦୁର୍ଘଟଣା

by ସଞ୍ଜୟ ସ୍ୱାଇଁ
January 23, 2025
in Accident, State
ରାଜଧାନୀରେ ସିରିଜ୍ ଦୁର୍ଘଟଣା
166
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜଧାନୀରେ ପୁଣି ସିରିଜ୍ ଦୁର୍ଘଟଣା । ଭୁବନେଶ୍ୱର ରାଜମହଲ ଛକ ନିକଟରେ ପଛକୁ ପଛକୁ ପିଟି ହେଲା ଦୁଇଟି ବସ୍ । ଦୁର୍ଘଟଣାରେ କେତେ ଜଣ ଆହତ ହୋଇଥିବା ସେନେଇ ସ୍ପଷ୍ଟ ସୂଚନା ମିଳିନାହିଁ । ହେଲେ ଦୁର୍ଘଟଣା ପରେ ରାସ୍ତା ଜାମ୍ ହୋଇଛି । ଖବର ଅନୁଯାୟୀ, ଗୁରୁବାର ଦିନ ସକାଳ ସମୟରେ ଭୁବନେଶ୍ୱର ରାଜମହଲ ଛକରେ ଘଟିଲା ଦୁର୍ଘଟଣା । ମୋ ବସ୍ ଭାରସାମ୍ୟ ହରାଇ ଆଗରେ ଥିବା ଆଉ ଏକ ମୋ ବସ୍‌କୁ ଧକ୍କା ଦେଇଥିଲା । ଯାହାଫଳରେ ଉଭୟ ଗାଡି ଭାଙ୍ଗି ଯାଇଥିବା ଜଣାପଡିଛି । ତେବେ ବର୍ତ୍ତମାନ ଯାଏଁ ଦୁର୍ଘଟଣାରେ କୌଣସି ଯାତ୍ରୀଙ୍କ କ୍ଷୟକ୍ଷତି ହୋଇନଥିବା ସୂଚନା ମିଳିଛି । ସେପଟେ ଦୁର୍ଘଟଣାରେ ରାସ୍ତାରେ ଜାମ୍ ଲାଗିରହିଥିଲା । ଏମିତିକି ସେହି ରାସ୍ତା ଦେଇ ଯିବାଆସିବା କରୁଥିବା ଲୋକକୁ ସାମାନ୍ୟ ଅସୁବିଧାର ସମ୍ମୁଖୀନ ହେବାକୁ ପଡିଛି । ଘଟଣାସ୍ଥଳରେ ସ୍ଥାନୀୟ ପୋଲିସ ଏବଂ ଟ୍ରାଫିକ ଅଧିକାରୀ ପହଞ୍ଚି ରାସ୍ତାରୁ ଭିଡ ହଟାଉଥିବା ସୂଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!